Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

author-image
Tapaswini Nayak
puri

puri

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।

Advertisment

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ।

Advertisment
Puri Shreemandir Puri