Advertisment

ମହରମ୍‌ ପାଇଁ ଶୁକ୍ରବାର ପରିବର୍ତ୍ତେ ଶନିବାର ଛୁଟି

ବିଜ୍ଞପ୍ତିରେ ଶନିବାରକୁ ସରକାରୀ ଛୁଟି ଘୋଷଣା କରାଯାଇଛି।

ଅଦ୍ୟତନ ହୋଇଛି
Muharram

Muharram

Advertisment

ଇସଲାମ୍ ଧର୍ମାବଲମ୍ବୀଙ୍କ ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଶନିବାରକୁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ କୋର୍ଟଓ ବ୍ୟାଙ୍କ ଆଦି ବନ୍ଦ ରହିବ।

Advertisment

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୮ ତାରିଖ ତାରିଖ ପରିବର୍ତ୍ତେ ୨୯ ତାରିଖରେ ମହରମ୍ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ। ଏହା ସହିତ ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ମଧ୍ୟ ଜୁଲାଇ ୨୯ ତାରିଖରେ ମହରମ୍ ପାଇଁ ଛୁଟି ରହିବ ବୋଲି ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ରାଜ୍ୟ ସରକାର ପବିତ୍ର ଇଦ୍‌-ଉଲ୍ -ଜୁହା ପର୍ବ ପାଇଁ ଜୁନ୍‌ ୩୦ ତାରିଖ ପରିବର୍ତ୍ତେ  ଜୁନ୍ ୨୯ ତାରିଖକୁ ଛୁଟି ଘୋଷଣା କରିଥିଲେ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଥିଲା।

Advertisment
Bhubaneswar Odisha Muharram
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe