Muharram
ଇସଲାମ୍ ଧର୍ମାବଲମ୍ବୀଙ୍କ ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତିରେ ଶନିବାରକୁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ କୋର୍ଟଓ ବ୍ୟାଙ୍କ ଆଦି ବନ୍ଦ ରହିବ।
ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୮ ତାରିଖ ତାରିଖ ପରିବର୍ତ୍ତେ ୨୯ ତାରିଖରେ ମହରମ୍ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ। ଏହା ସହିତ ରାଜ୍ୟରେ ଥିବା ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ ଅନୁଷ୍ଠାନ ମଧ୍ୟ ଜୁଲାଇ ୨୯ ତାରିଖରେ ମହରମ୍ ପାଇଁ ଛୁଟି ରହିବ ବୋଲି ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ପବିତ୍ର ଇଦ୍-ଉଲ୍ -ଜୁହା ପର୍ବ ପାଇଁ ଜୁନ୍ ୩୦ ତାରିଖ ପରିବର୍ତ୍ତେ ଜୁନ୍ ୨୯ ତାରିଖକୁ ଛୁଟି ଘୋଷଣା କରିଥିଲେ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Muharram__1690446379.jpg)