Advertisment

ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେଲେ ବଡ଼ଠାକୁର

ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି ।

author-image
Manoranjan Sial
ଅଦ୍ୟତନ ହୋଇଛି
Puri

Puri

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି।

Advertisment

ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। କିନ୍ତୁ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି।

Sri Jagannath Lord Jagannath Puri Puri Shreemandir