Advertisment

ଆଜି ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି, ଶ୍ରୀମନ୍ଦିରରେ ହେବ ସ୍ୱତନ୍ତ୍ର ନୀତିକାନ୍ତି

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଉଉଣୀ ସୁଭଦ୍ରା।

author-image
Niharika Rout
Rituals

Rituals

ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ପ୍ରଭୁ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଉଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଷୋୟୀ ସେବକମାନେ ବାସୁଙ୍ଗା ପାଟରେ ରାକ୍ଷୀ ପ୍ରସ୍ତୁତ କରି ରଖିଛନ୍ତି।

Advertisment

ରାକ୍ଷୀ ପୂର୍ଣ୍ଣିମା ସହ ଆଜି ମଧ୍ୟ ଗହ୍ମା ପୂର୍ଣ୍ଣିମା। ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି। ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ। ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି।

ଭଗବାନ କୃଷ୍ଣଙ୍କ ବଡ଼ ଭାଇ ଭଗବାନ ବଳରାମ ଏହି ଦିନ ଧରାପୃଷ୍ଠରେ ଅବତୀର୍ଣ୍ଣ ହୋଇଥିଲେ। ତେଣୁ ଏହି ଦିନଟିକୁ ବଳରାମ ଜୟନ୍ତୀ ଭାବେ ମଧ୍ୟ ପାଳନ କରାଯାଇଥାଏ।

Advertisment

ଦ୍ୱିପ୍ରହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ଚଉଦଳରେ ଚକ୍ରରାଜ ସୁଦର୍ଶନ ମାର୍କଣ୍ଡ ପୁଷ୍କରିଣୀ ଯାତ୍ରା କରି ବଳଭଦ୍ରଙ୍କ ଜନ୍ମନୀତି କରିବେ । ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରି ଜୀବନ୍ୟାସ ଦେବା ପରେ ଜାତକର୍ମ ଅନୁଷ୍ଠିତ ହେବ । ପଞ୍ଚୋପଚାର, ଶୀତଳ ମଣୋହୀ, ବନ୍ଦାପନା କରାଯାଇ ବଳଭଦ୍ରଙ୍କ ପ୍ରତିମାକୁ ମାର୍କଣ୍ଡ ପୁଷ୍କରିଣୀରେ ବିସର୍ଜନ କରାଯିବ । ପରିଶେଷରେ ବିମାନବଡୁ ସେବକ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ ।

Puri Shreemandir Puri