Advertisment

କାର୍ତ୍ତିକରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

ସିଂହଦ୍ୱାର ଦେଇ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର ଏ ବ୍ୟବସ୍ଥା ଶ୍ରୀମନ୍ଦିର ସେବକ/ସେବକ ପରିବାର ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି କୁହାଯାଇଛି।

author-image
Manoranjan Sial
Jagannath Temple

Jagannath Temple

ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୧୮ ତାରିଖଠାରୁ କେବଳ ୨ଟି ଦ୍ୱାର ଦେଇ ଶ୍ରୀମନ୍ଦିର ପ୍ରବେଶ ଅନୁମତି ରହିବ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ।

Advertisment

ସିଂହଦ୍ୱାର ଦେଇ ପ୍ରସ୍ଥାନକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନର ଏ ବ୍ୟବସ୍ଥା ଶ୍ରୀମନ୍ଦିର ସେବକ/ସେବକ ପରିବାର ପାଇଁ ପ୍ରଯୁଜ୍ୟ ନୁହେଁ ବୋଲି କୁହାଯାଇଛି।

ସୂଚନାରୁ ପ୍ରକାଶ, ପୂର୍ବ ସରକାର ଗୋଟିଏ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ଦେଇଥିଲେ। ଯେଉଁଥିପାଇଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହେବାକୁ ପଡ଼ୁଥିଲା। ଯାହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ନୂଆ ସରକାର ଆସିବା ଶ୍ରୀମନ୍ଦିର ଚାରି ଦ୍ୱାର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦେଇଥିଲେ। ଏବେ ପୁଣି ପୂର୍ବ ସରକାର ପରି କାର୍ତ୍ତିକ ମାସର ବାହାନା କରି ଦୁଇ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ ଅନୁମତି ଦେଉଛନ୍ତି।

Advertisment

Puri