Advertisment

ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
puri

puri

ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ 5-T ଅଧ୍ୟକ୍ଷ ଭି.କେ ପାଣ୍ଡିଆ ଉପସ୍ଥିତ ଥିଲେ। 

ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମହାଯଜ୍ଞରେ ପୂର୍ଣ୍ଣାହୁତି ପ୍ରଦାନ କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପୂର୍ଣ୍ଣାହୁତି ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଏହା ଆଗରୁ ପଞ୍ଚକର୍ମ, ଶାଳା ପ୍ରବେଶ ଓ ନୂତନ ନିର୍ମାଣ ସ୍ଥଳରେ ସଂସ୍କାରିତ ଜଳ ସିଞ୍ଚନ ହୋଇଛି। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି। 

Advertisment
Puri Shreemandir Puri