jewellery
ଆଜି ଦେବ ଚିକିତ୍ସକ ଧନ୍ୱନ୍ତରୀଙ୍କ ଜୟନ୍ତୀ। ଏହାକୁ ଧନତେରାସ୍ ଭାବେ ପାଳନ କରାଯାଏ। ଦୀପାବଳି ପୂର୍ବରୁ ଧନ୍ତନ୍ୱରୀଙ୍କ ଜୟନ୍ତୀ ପଡୁଥିବାରୁ ଏହି ଅବସରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଏ। ଘରେ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ଧନଧାତ୍ରୀଙ୍କ ଲାଗି ସ୍ୱତନ୍ତ୍ର ଆୟୋଜନ କରାଯାଇଥାଏ।
ଏହି ତିଥିରେ ସୁନା କିଣିଲେ ମାଆ ଲକ୍ଷ୍ମୀଙ୍କ କୃପା ମିଳିଥାଏ ବୋଲି ବିଶ୍ୱାସ ରହିଛି । ଏଣୁ ସୁନା ଦୋକାନ ଗୁଡିକରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥାଏ।
ଧନତେରସ ଅବସରରେ ଗହଣା ବ୍ୟବସାୟୀ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ରିହାତି ଓ ଉପହାର ଦେଉଛନ୍ତି। ରାଜ୍ୟର ଅଗ୍ରଣୀ ଅଳଙ୍କାର ବ୍ୟବସାୟୀ ଜେ ଆଣ୍ଡ ଟି’ ଜୁଏଲାରୀ ଏହି ଧନତେରାସ ଅବସରରେ ଅନେକ ଅଫର ରଖିଛି। ସୁନା, ରୂପା ଓ ଡାଏମଣ୍ଡ କିଣିଲେ ଗଢ଼ା ମୂଲ୍ୟ ଉପରେ ଆକର୍ଷଣୀୟ ରିହାତି ପାଇବେ ଗ୍ରାହକ। ଏହି ମାସ ଶେଷ ପର୍ଯ୍ୟନ୍ତ ଅଫର ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/jewellery_1699583514.jpg)