ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।

ପୁରୀ ମନ୍ଦିରରେ ଭକ୍ତଙ୍କ ଭିଡ଼ ।

  • Published: Monday, 13 January 2025
  • , Updated: 13 January 2025, 09:40 AM IST

ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।

ପ୍ରତି ବର୍ଷ ରତ୍ନ ସିଂହାସହନରେ ବିରାଜମାନ ଚତୁର୍ଦ୍ଦା ମୂର୍ତ୍ତି ୪ ଥର ସୁନା ବେଶ ହୋଇଥାନ୍ତି । ପୌଷ ପୂର୍ଣ୍ଣିମାରେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ମହଣ ମହଣ ସୁନା ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି। ରତ୍ନ ସିଂହାସନରେ ବିରଜାମାନ ଚତୁର୍ଦ୍ଦା ମୂର୍ତ୍ତିଙ୍କର ଆଜି ହେବ ସୁନା ବେଶ। ସକାଳ ଧୂପ ପରେ ହେବ ଏହି ବେଶ ।

ମହଣମହଣ ସୁନା ଅଳଙ୍କାରରେ ବିଭୁଷିତ ହେବେ ମହାପ୍ରଭୁ । ପ୍ରଭୁ ବଳଭଦ୍ର ହଳମୂଷଳ ଧାରଣ କରିବେ। ଶଙ୍ଖଚକ୍ର ପରିଧାନ କରିବେ ଶ୍ରୀଜଗନ୍ନାଥ । ତାଙ୍କ ପାଦରେ ଶ୍ରୀ ପୟର, ହାତରେ ଶ୍ରୀଭୁଜ ଓ ଅନ୍ୟ ବହୁ ପ୍ରକାର ସୁନା ଅଳଙ୍କାର ପରିଧାନ କରିବେ।

ଗତକାଲିଠୁ ଜଳ ଅଧିବାସ ସରିଥିବା ବେଳେ ଆଜି ସେହି ଜଳରେ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ । ସକାଳୁ ଧୂପ ପରେ ମହାପ୍ରଭୁ ସୁନା ବେଶ ହେବେ। ରାତିରେ ବଡ଼ ସିଂହାର ବେଶ ସମୟରେ ହିଁ ନବାଙ୍କ ବେଶ ସମ୍ପନ୍ନ ହେବ । ଏହି ବେଶରେ ଅନେକ ପ୍ରକାର ପୂଷ୍ପରେ ବିଭୁଷିତ ହେବେ ମହାପ୍ରଭୁ ।

। ଆସନ୍ତାକାଲି ମକର ସଂକ୍ରାନ୍ତି। ଏହି ଅବସରେ ଶ୍ରୀଜିଉଙ୍କ ନିକଟରେ ମକର ଚାଉଳ ଓ ଧନୁମୂଆଁ ଭୋଗ କରାଯିବାର ବଧିବିଧାନ ରହିଛି ।

Related story