Advertisment

ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର

ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।

Konark

Konark

Advertisment

ଆଜି ପବିତ୍ର ଶାମ୍ବ ଦଶମୀ। ଘରେ ଘରେ ଅନୁଷ୍ଠିତ ହେଉଛି ସୂର୍ଯ୍ୟ ପୂଜା। ଏଥିପାଇଁ ଚଳଚଞ୍ଚଳ ହୋଇଛି ଅର୍କକ୍ଷେତ୍ର କୋଣାର୍କ। ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।

Advertisment

ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର ମହାଯଜ୍ଞ ଅନୁଷ୍ଠିତ ହେଉଛି। ସୂର୍ଯ୍ୟ ରଥଯାତ୍ରା ୨୭ ଦିନ ଯାଏ ଚନ୍ଦ୍ରଭାଗାରେ ଅନୁଷ୍ଠିତ ହେବ। ଏହାକୁ ଦେଖିବାକୁ କୋଣାର୍କକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ ।

ପୌରାଣିକ କଥା ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ବ୍ୟାଧି ମୁକ୍ତି ପାଇଁ କୋଣାର୍କ ତଥା ତତ୍କାଳୀନ ମୈତ୍ରେୟ ବନରେ ସୂର୍ଯ୍ୟ ଉପାସନା କରିଥିଲେ। ଆଜିର ଦିନରେ ଶାମ୍ବ ଚନ୍ଦ୍ରଭାଗାରେ ସ୍ନାନ କରି ସୂର୍ଯ୍ୟଙ୍କୁ ପୂଜା କରି ବ୍ୟାଧି ମୁକ୍ତ ହୋଇଥିଲେ।

Advertisment
Konark Temple Samba Dasmi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe