Advertisment

ରାତି ପାହିଲେ ଅଁଳାନବମୀ, ରାଧାପାଦ ଦର୍ଶନ

ମାଆ ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ବର୍ଷକରେ ଥରେ ଭକ୍ତମାନେ ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି। ତେବେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Sakhi Gopinath Temple

Sakhi Gopinath Temple

ରାତି ପାହିଲେ ପବିତ୍ର ଅଁଳାନବମୀ। ରାଧାପାଦ ଦର୍ଶନ। ପୁରୀ ଜିଲ୍ଲା ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ଏହି ଦୁର୍ଲଭ ପାଦ ଦର୍ଶନର ସୌଭାଗ୍ୟ ଲାଭ କରିବା ପାଇଁ ଲକ୍ଷାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବ। ଏନେଇ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Advertisment

ମାଆ ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ବର୍ଷକରେ ଥରେ ଭକ୍ତମାନେ ଏହି ଦର୍ଶନର ସୌଭାଗ୍ୟ ପାଇଥାନ୍ତି। ତେବେ ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସରିଛି। ରାସ୍ତାଘାଟ, ଗହଳି, ପାନୀୟଜଳ, ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀଙ୍କୁ ମୁତୟନ କରାଯାଇଛି।

ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ବେଳେ ପ୍ରାୟ ୧୦୦ରୁ ଅଧିକ ଅଫିସରଙ୍କୁ ନିୟୋଜିତ କରାଯାଇଛି। ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି।

Advertisment
Puri