Advertisment

ପଞ୍ଚୁକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର।

author-image
Tapaswini Nayak
Puri

Puri

ଆଜି ପଞ୍ଚୁକର ତୃତୀୟ ଦିନ। ପୁରୀ ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳେ ଅବକାଶ ନୀତି ଶେଷ ହେବା ପରେ ଶ୍ରୀଜିଉଙ୍କୁ ଏହି ବେଶରେ ବିଭୂଷିତ କରାଯାଇଥିଲା।

Advertisment

ପୁଷ୍କାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିଲେ। ଆଡ଼କିଆ ବେଶରେ ଶ୍ରୀଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଇଛି। ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଛି।

ପଞ୍ଚୁକ ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଲକ୍ଷାଧିକ ଭକ୍ତଙ୍କର ପୁରୀରେ ସମାଗମ ହୋଇଛି। ହରିବୋଲ ହୁଳହୁଳି ସହ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରୀ ବଡଦାଣ୍ଡ। ବେଶ ଦର୍ଶନ ପାଇଁ ଲମ୍ବା ଲାଇନରେ ଭକ୍ତମାନେ ଦର୍ଶନ କରୁଛନ୍ତି। 

Advertisment

ଗତକାଲି ଦ୍ୱିତୀୟ ଦିନରେ ଭକ୍ତଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଇଥିଲେ କଳାଠାକୁର। ବିଶ୍ୱାସ ରହିଛି ଶ୍ରୀଜିଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା। ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ।

Puri Shreemandir Puri