କାହିଁକି ପାଳନ ହୁଏ ପ୍ରଥମାଷ୍ଟମୀ? | Odisha Reporter
ପ୍ରଥମାଷ୍ଟମୀ ବା ପଢୁଆଁଷ୍ଟମୀ, ମାର୍ଗଶିର ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥି ଦିନ ପାଳନ କରାଯାଏ। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ। ଅତୀତରେ, ମାର୍ଗଶିର ମାସକୁ ବର୍ଷର ପ୍ରଥମ ମାସ ବୋଲି ଗଣନା କରାଯାଉଥିଲା, ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀ ତିଥିକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି। ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ସେମାନଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ। ଏବଂ ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ସେହିଭଳି ପ୍ରଥମାଷ୍ଟମୀରେ ପୋଢୁଆଁ ହେବେ ବଡ଼ ଠାକୁର ବଳଭଦ୍ର । ପ୍ରଥମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତି। ସେପଟେ ଘରେ ଘରେ ହଳଦି ପତରରେ ଏଣ୍ଡୁରୀ ପିଠା ମଧ୍ୟ ପ୍ରସ୍ତୁତ କରାଯାଏ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us