ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ। ଆସନ୍ତା ରଥଯାତ୍ରା ପାଇଁ ଆବଶ୍ୟକ ରଥକାଠ ଆଣିବାକୁ ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ। ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
ପରମ୍ପରା ଅନୁସାରେ ଗଣିଆ ବନାଞ୍ଚଳର ବଡ଼ମୂଳସ୍ଥିତ ବନଦେବୀ ବଡ଼ରାଉଳ ଠାକୁରାଣୀଙ୍କ ପୀଠରେ ପୂଜାର୍ଚ୍ଚନା କରାଯାଇଛି। ସକାଳ ୮ଟାରୁ ଦିନ ୨ଟା ପର୍ଯ୍ୟନ୍ତ ହୋମ ଓ ନାମ ସଙ୍କୀର୍ତ୍ତନ କରାଯାଇଥିଲା। ଠାକୁରାଣୀଙ୍କୁ ମହାପ୍ରଭୁଙ୍କ ମାଳ, ମାହାର୍ଦ୍ଦ ସହ ଲାଗି ଖଣ୍ଡୁଆ, ନଡ଼ିଆ ଆଦି ସମର୍ପଣ କରାଯିବା ପରେ ଗଛକଟା ପ୍ରକ୍ରିୟା ଆରମ୍ଭ ହୋଇଥାଏ।
Also Read
ବିଧିଅନୁଯାୟୀ ଶ୍ରୀପଞ୍ଚମୀ ପୂର୍ବରୁ ନୟାଗଡ଼ ବନଖଣ୍ଡ ପକ୍ଷରୁ ପୁରୀକୁ ଦୁଇ ଟ୍ରକ ରରଥକାଠ ପଠାଯାଇଥାଏ । ପୁରୀ ରଥଯାତ୍ରା ପାଇଁ ନୟାଗଡ଼ ବନଖଣ୍ଡକୁ ଚଳିତ ବର୍ଷ ୮୧୪ ଖଣ୍ଡକାଠ ଯୋଗାଇବା ପାଇଁ ନିର୍ଦ୍ଦେଶ ରହିଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ୱାମ୍! ଭାରତର ମାଙ୍ଗା ଏବଂ ଆନିମି ବିପ୍ଳବ
ମାଙ୍ଗା ହେଉଛି କେବଳ ଏକ ପ୍ରକାର କମିକ୍ ବହି କିମ୍ବା ଗ୍ରାଫିକ୍ ଉପନ୍ୟାସ ଯାହା ଜାପାନରେ ଆରମ୍ଭ ହୋଇଥିଲା। ଏହା ଆପଣ ପଢ଼ି ପାରୁଥିବା କମିକ୍ସ ପରି, କିନ୍ତୁ ଏଥିରେ ସମସ୍ତ ପ୍ରକାରର କାହାଣୀ, ସାହସିକ କାହାଣୀ, ପ୍ରେମ କାହାଣୀ, ଭୟଙ୍କର କାହାଣୀ କିମ୍ବା ଯାଦୁକରୀ କଳ୍ପନା ଅନ୍ତର୍ଭୁକ୍ତ ଥାଏ।

Events & Festivals
କେଉଁଠି ନିଆଁରେ ଚାଲନ୍ତି ତ ଆଉ କେଉଁଠି ଫୁଟେ ଗୁଳି: ଭାରତର ୫ ବିରଳ ହୋଲି ପରମ୍ପରା
କିଛି ସ୍ଥାନରେ ହୋଲିରେ ନିଆଁରେ ଚାଲିବାର ପରମ୍ପରା ଥିବା ବେଳେ ଆଉ କିଛି ସ୍ଥାନରେ ଗୁଳି ଫୁଟାଯାଏ। ଆଉ କିଛି ଗାଁରେ ଲୋକମାନେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଦଶନ୍ଧି ଦଶନ୍ଧି ଧରି ହୋଲି ପାଳନ କରନ୍ତି ନାହିଁ।

Guest Column
ମଧ୍ୟଯୁଗୀୟ ବିଚାର ଓ ମହାକୁମ୍ଭ ମେଳା
ମେଳା ମହୋତ୍ସବ କରି ରାଜସ୍ୱ ଆୟ ବଢ଼ାଇବା ଓ ଲୋକ (ପ୍ରଜା)ଙ୍କ ଭିତରେ ବିଶ୍ୱାସ (ଅନ୍ଧ) ଜନ୍ମାଇବା ସହିତ ଏତେ ଆୟ ନିଶ୍ଚୟ ଏକ ପ୍ରଣୀଧାନଯୋଗ୍ୟ। ଏହା ହେଉଛି ଭାରତର ମଧ୍ୟଯୁଗୀୟ ରାଜା ମହାରାଜା ଅମଳର ବିଚାର ସର୍ବସ୍ୱ।

Events & Festivals
୪୫ କୋଟି ଭକ୍ତଙ୍କ ସମାଗମର ସାକ୍ଷୀ ମହାକୁମ୍ଭ ୨୦୨୫
ଫେବୃଆରୀ ୧୧, ୨୦୨୫ ସୁଦ୍ଧା ୪୫ କୋଟି ଭକ୍ତ ମହାକୁମ୍ଭ ସ୍ନାନ ରୀତିନୀତିରେ ଅଂଶଗ୍ରହଣ କରି ଇତିହାସରେ ସବୁଠାରୁ ବଡ଼ ଧାର୍ମିକ ସମାବେଶରେ ସାମିଲ ହୋଇଛନ୍ତି। ୪୫ ଦିନ ମଧ୍ୟରେ ଭକ୍ତଙ୍କ ସଂଖ୍ୟା ୪୫ କୋଟିରେ ପହଞ୍ଚିବ ବୋଲି ରାଜ୍ୟ ସରକାର ଆଶା କରିଥିଲେ, କିନ୍ତୁ ଏହି ସଂଖ୍ୟା ଏକ ମାସ ମଧ୍ୟରେ ହାସଲ ହୋଇସାରିଛି, ଏବଂ ଆହୁରି ୧୫ ଦିନ ବାକି ଅଛି।

National
ପ୍ରୟାଗରାଜରେ ପକ୍ଷୀ ମହୋତ୍ସବ, ପୁରସ୍କାର ମିଳିବ ୨୧ ଲକ୍ଷ ଟଙ୍କା
ଚଳିତ ଫେବୃଆରୀ ୧୬ ତାରିଖରୁ ପ୍ରୟାଗରାଜଠାରେ ଆରମ୍ଭ ହେବ ୩ ଦିନିଆ ଆନ୍ତର୍ଜାତିକ ପକ୍ଷୀ ମହୋତ୍ସବ। ମହାକୁମ୍ଭ ୨୦୨୫କୁ ଆସୁଥିବା ଶ୍ରଦ୍ଧାଳୁ ତଥା ପରିଦର୍ଶକମାନଙ୍କ ପାଇଁ ଏହା ଏକ ବିଶେଷ ଆକର୍ଷଣ ହେବ। ସେମାନେ ଏଠାରେ ୨୦୦ରୁ ଅଧିକ ପ୍ରବାସୀ ଏବଂ ସ୍ଥାନୀୟ ପକ୍ଷୀମାନଙ୍କର ସମାବେଶ ଦେଖିବା ସହ ସେମାନଙ୍କ ସମ୍ପର୍କରେ ବିଶେଷଜ୍ଞଙ୍କଠାରୁ ସିଧାସଳଖ ଜ୍ଞାନ ଆହରଣ କରିବାର ସୁଯୋଗ ପାଇବେ ବୋଲି ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ କୁହାଯାଇଛି।