ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗତକାଲି ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳା ,ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ବୈଠକରେ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ପ୍ରଭୁଙ୍କ ନବଯୌବନ ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ତା ଉପରେ ବି ଆଲୋଚନା ହୋଇଛି।
Also Read
ଅନ୍ୟପଟେ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗକୁ କାମ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।
Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।