Advertisment

ଜୁଲାଇ ୭ରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ କାମ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।

ଅଦ୍ୟତନ ହୋଇଛି
Car festival

Car festival

Advertisment

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ଲାଗି ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗତକାଲି ଦ୍ୱିତୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

Advertisment

ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳା ,ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ବୈଠକରେ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ପ୍ରଭୁଙ୍କ ନବଯୌବନ ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ତା ଉପରେ ବି ଆଲୋଚନା ହୋଇଛି।

ଅନ୍ୟପଟେ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗକୁ କାମ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ।ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତି କାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଛି।

Advertisment
Ratha Yatra Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe