Puja
ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠ। ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ୱାସ ରହିଛି ।
Advertisment
କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ ।
ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
