Advertisment

ବ୍ୟାପୁଛି ଡିପଥେରିଆ; ୨୧ ସଂକ୍ରମିତ ଚିହ୍ନଟ, ମାସ୍କ ପିନ୍ଧିବାକୁ ପରାମର୍ଶ

ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ମୃତ୍ୟୁ ହୋଇ ସାରିଥିବା ବେଳେ ଓ ଜଣେ ଗୁରୁତର ଅଛନ୍ତି।

diphtheria

diphtheria

Advertisment

ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ମୃତ୍ୟୁ ହୋଇ ସାରିଥିବା ବେଳେ ଓ ଜଣେ ଗୁରୁତର ଅଛନ୍ତି।

Advertisment

ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ବନ୍ଧୁଗାଁରୁ ଜଣେ, କଳାହାଣ୍ଡିରୁ ୪ରୁ ୫ ଜଣ ସନ୍ଦିଗ୍ଧ ଡିପଥେରିଆ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ନମୁନା ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ RMRCକୁ ପଠାଯାଇଛି।

କୋରାପୁଟ ବନ୍ଧୁଗାଁରୁ ଚିହ୍ନଟ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ MKCG ମେଡିକାଲରେ ଭର୍ତ୍ତି କରାଯାଇଛି । ଏକ ସ୍ୱତନ୍ତ୍ର ଟିମ୍‌ ତାଙ୍କ ସ୍ୱାସ୍ଥ୍ୟବସ୍ଥା ମନିଟର କରୁଛି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । କଳାହାଣ୍ଡିର ସଂକ୍ରମିତଙ୍କୁ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ରାୟଗଡ଼ାରେ ସ୍ଥିତି ଏବେ ସ୍ଥିର ରହିଛି।

Advertisment

ଆଗ୍ରା, ହାଇଦ୍ରାବାଦରୁ ଆଣ୍ଟି ଡିପଥେରିଆଲ ସିରମ୍ ଅଣାଯାଇ ଆକ୍ରାନ୍ତଙ୍କୁ ଦିଆଯାଉଛି। ସଂକ୍ରମଣର ମୁକାବିଲା ପାଇଁ ୩ ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗ ଓ WHO ଟିମ ମିଳିତ ଭାବେ ଗାଁ ଗାଁ ବୁଲି ସ୍ଥିତିର ଅନୁଧ୍ୟାନ କରୁଛନ୍ତି।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର କହିଛନ୍ତି ଆଣ୍ଟିବାୟୋଟିକ ଦ୍ୱାରା ଏହି ସଂକ୍ରମଣକୁ ମୂଳପୋଛ କରାଯାଇପାରିବ। ତେବେ ଯେହେତୁ ଏହା ବାୟୁ ଦ୍ୱାରା ସଂକ୍ରମିତ ହେଉଛି, ସଂକ୍ରମଣ ରୋକିବାକୁ ପ୍ରଭାବିତ ଅଞ୍ଚଳର ଲୋକମାନେ ମାସ୍କ ପିନ୍ଧିବା ସହ ହାତ ଧୋଇବା ଭଳି ନିୟମ ପାଳନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe