କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍। ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଯାଇଛି।
ଗତକାଲି କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଆଣାଯାଇ ଟ୍ରାନସପ୍ଲାଣ୍ଟ କରାଯାଇଛି। ଏସିଆନ ଇନଷ୍ଟିଚ୍ୟୁଟଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବା ଏଆଇଜି ହାଇଦ୍ରାବାଦ ସହ ଏସସିବିର ଚୁକ୍ତି ହେବା ପରେ ଏଆଇଜିର ୯ ଜଣିଆ ଡାକ୍ତରୀ ଟିମ୍ ସହ ଏସସିବି ମେଡିକାଲର ଡାକ୍ତରମାନେ ମିଳିତଭାବେ ଏହି ପ୍ରତିରୋପଣ ଅସ୍ତ୍ରୋପଚାର କରିଛନ୍ତି।
କାଲି ସକାଳ ୮ ଠାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଦୀର୍ଘ ୮ ଘଣ୍ଟା ଧରି ଏହି ଅପରେସନ ଚାଲିଥିଲା। ଏବେ ଦମ୍ପତିଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି କହିଛନ୍ତି ଏସସିବି ଅଧୀକ୍ଷକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।