Advertisment

ଏସସିବିରେ ଲିଭର ଟ୍ରାନସପ୍ଲାଣ୍ଟ; ସ୍ୱାମୀ ଦେହରେ ଲାଗିଲା ସ୍ତ୍ରୀର ଲିଭର୍

କାଲି ସକାଳ ୮ ଠାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଦୀର୍ଘ ୮ ଘଣ୍ଟା ଧରି ଏହି ଅପରେସନ ଚାଲିଥିଲା।

ଅଦ୍ୟତନ ହୋଇଛି
SCB

SCB

Advertisment

କଟକ ଏସସିବିରେ ଆରମ୍ଭ ହେଲା ଲିଭର ଟ୍ରାନସପ୍ଲାଣ୍ଟ ବା ଯକୃତ ପ୍ରତିରୋପଣ। ସ୍ୱାମୀ ଦେହରେ ଲାଗିଛି ସ୍ତ୍ରୀର ଲିଭର୍। ଦୀର୍ଘ ୧୧ ବର୍ଷର ଅପେକ୍ଷା ପରେ ଏସସିବି ମେଡିକାଲର ଟ୍ରମା ବିଲଡିଂର ସ୍ୱତନ୍ତ୍ର ମୋଡୁଲାର ଓଟିରେ ଯକୃତ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଯାଇଛି। 

Advertisment

ଗତକାଲି କଟକ ତିଗିରିଆ ଅଞ୍ଚଳର ଜଣେ ପୁରୁଷଙ୍କ ଠାରେ ତାଙ୍କର ସ୍ତ୍ରୀଙ୍କ ଠାରୁ ଲିଭର ଆଣାଯାଇ ଟ୍ରାନସପ୍ଲାଣ୍ଟ କରାଯାଇଛି। ଏସିଆନ ଇନଷ୍ଟିଚ୍ୟୁଟଅଫ୍ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବା ଏଆଇଜି ହାଇଦ୍ରାବାଦ ସହ ଏସସିବିର ଚୁକ୍ତି ହେବା ପରେ ଏଆଇଜିର ୯ ଜଣିଆ ଡାକ୍ତରୀ ଟିମ୍ ସହ ଏସସିବି ମେଡିକାଲର ଡାକ୍ତରମାନେ ମିଳିତଭାବେ ଏହି ପ୍ରତିରୋପଣ ଅସ୍ତ୍ରୋପଚାର କରିଛନ୍ତି।

କାଲି ସକାଳ ୮ ଠାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଦୀର୍ଘ ୮ ଘଣ୍ଟା ଧରି ଏହି ଅପରେସନ ଚାଲିଥିଲା। ଏବେ ଦମ୍ପତିଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି କହିଛନ୍ତି ଏସସିବି ଅଧୀକ୍ଷକ।

Advertisment
Cuttack Scb Medical
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe