Advertisment

ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ ଟେନସନ୍‌; ୨୦୦ ଡେଇଁଲା ଆକାନ୍ତ ସଂଖ୍ୟା

ଚିଗର ପୋକ କାମୁଡ଼ିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ।

scrub-typhus

scrub-typhus

Advertisment

ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଜିଲ୍ଲାରେ ଅ।କ୍ରାନ୍ତଙ୍କ ସଂଖ୍ୟା ୨୧୧କୁ ବୃଦ୍ଧି ପାଇଛି। ପଜିଟିଭ୍ ସଂଖ୍ୟା ବୃଦ୍ଧି ନେଇ ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ।

Advertisment

ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ତେବେ ସଂକ୍ରମଣ ରୋକିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି।

ଚିଗର ପୋକ କାମୁଡ଼ିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ। ପ୍ରଥମେ ରୋଗୀ ଶରୀରରେ ଘା ଭଳି ହୁଏ । ଘା ଚାରିପାଖ ନାଲି ପଡ଼ିଯାଏ। ଧୀରେ ଧୀରେ ମଝି ଅଂଶ କଳା ପଡ଼ିଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଘୋଳାବିନ୍ଧା ହୁଏ । ଏଭଳି ଲକ୍ଷଣ ଦେଖାଗଲେ, ତୁରନ୍ତ ସ୍କ୍ରବ ଟାଇଫସ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦିଆଯାଇଛି ।

Advertisment
Sudargarh Scrub Typhus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe