Advertisment

ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୧ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ

ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି।

ଅଦ୍ୟତନ ହୋଇଛି
Scrub Typhus

Scrub Typhus

Advertisment

ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୧ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ସହିତ ଜିଲ୍ଲାରେ ସ୍କ୍ରବ ଟାଇଫସ ପଜିଟିଭ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଚକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ ଏହି ସୂଚନା ଦେଇଛନ୍ତି।

Advertisment

୧୮୦ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ବାସିନ୍ଦା। ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି। ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାକୁ ଲାଗିଥିବା ବେଳେ ଏହା ସମସ୍ତଙ୍କ ଚିନ୍ତା ବଢ଼ାଇଛି।

ସୁନ୍ଦରଗଡ଼ରୁ ଦେବବ୍ରତ ଜେନାଙ୍କ ରିପୋର୍ଟ

Scrub Typhus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe