Advertisment

ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ: କ୍ୟାପିଟାଲ ହସ୍ପିଟାଲରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର, ୪ଟି ଯାକ ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ

ଆସନ୍ତାକାଲିଠାରୁ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର।

Dengue

Dengue

Advertisment

ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ କ୍ୟାପିଟାଲ ହସ୍‌ପିଟାଲରେ ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର ସହିତ ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚ୍‌ସି)ରେ ଡେଙ୍ଗୁ ୱାର୍ଡ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।

Advertisment

କ୍ୟାପିଟାଲ୍ ହସ୍‌ପିଟାଲ୍ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ କହିଛନ୍ତି, ଆସନ୍ତାକାଲିଠାରୁ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର। ଏଠାକୁ ଦୈନିକ ପ୍ରାୟ ୫୦୦ ଲୋକ ଡେଙ୍ଗୁ ଟେଷ୍ଟ କରାଇବା ପାଇଁ ଆସୁଛନ୍ତି। ଏହି ଭିଡ଼ କମାଇବା ପାଇଁ ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର ଖୋଲିବାକୁ ନିଷ୍ପତ୍ତି ହୋଇଛି।

ସେ କହିଛନ୍ତି, ଏବେ ପ୍ରତିଦିନ କ୍ୟାପିଟାଲ ହସ୍ପିଟାଲରେ ୬୦-୭୦ ଜଣ ପଜିଟିଭ ଚିହ୍ନଟ ହେଉଛନ୍ତି। ସେଥିମଧ୍ୟରୁ ପ୍ରାୟ ୧୫ ଜଣ ଆଡ୍‌ମିଶନ୍‌ ହେଉଛନ୍ତି। ଏବେ ବେଡ୍‌ରେ ୬୨ ଜଣ ରୋଗୀ ଅଛନ୍ତି। ସ୍ଵତନ୍ତ୍ର ବେଡ୍‌ ନଥିବାରୁ ଫୋଲ୍ଡିଂ ଖଟ କିଣାଯାଇ ତଥା ବନ୍ଦ ଥିବା କ୍ୟାଥୋଲ୍ୟାବ ରୁମକୁ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ଲାଗି ବ୍ୟବହାର କରାଯାଉଛି ।

Advertisment

ଅନ୍ୟପକ୍ଷରେ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚସି)ରେ ଡେଙ୍ଗୁ ୱାର୍ଡ ଖୋଲିବାକୁ ନିଷ୍ପତ୍ତି ନେଇଛି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ। ଏହି ସିଏଚସି ଗୁଡ଼ିକରେ ୧୦ଟି ଲେଖାଏଁ ବେଡ୍ ଡେଙ୍ଗୁ ରୋଗୀଙ୍କ ପାଇଁ ରହିବ ।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ରାଜଧାନୀରେ ଡେଙ୍ଗୁ ରୋଗଙ୍କ ସଂଖ୍ୟା ବଢୁଥିବାରୁ ସମସ୍ତେ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବ୍ଲଡ୍‌ ବ୍ୟାଙ୍କରେ ରକ୍ତ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ ସ୍ଵତନ୍ତ୍ର ବ୍ୟବସ୍ଥା କରିବ।

ଡେଙ୍ଗୁ ମୃତ୍ୟୁ ହାର ଶୂନ ରହିଛି ବୋଲି କହିଛି ସ୍ୱାସ୍ଥ୍ୟ ବିଭାଗ। ସବୁ ଜିଲ୍ଲାରେ ବିଶେଷଜ୍ଞ କମିଟି ରହିଛି। ବିଶେଷଜ୍ଞ କମିଟି ଯାଞ୍ଚ କରି ତଥ୍ୟ ଦେବା ପରେ ଡେଙ୍ଗୁ ମୃତ୍ୟୁ ଜଣାଯାଏ। ଏବେ ସୁଦ୍ଧା ଡେଙ୍ଗୁ ମୃତ୍ୟୁ ତଥ୍ୟ ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।

ଚଳିତ ବର୍ଷ କେବଳ ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରୁ ୧୦୫୯ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ହଟସ୍ପଟ ପାଲଟିଛି ନୟାପଲ୍ଲୀ, ଆଚାର୍ଯ୍ୟ ବିହାର, ଜୟଦେବ ବିହାର, ୟୁନିଟ-୯ ଓ ସହିଦ ନଗର ଅଞ୍ଚଳ। ନୟାପଲ୍ଲୀ ଅଞ୍ଚଳରୁ ସର୍ବାଧିକ ୧୦୫ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏହାପଛକୁ ଆଚାର୍ଯ୍ୟ ବିହାରରୁ ୯୯, ଜୟଦେବ ବିହାରରୁ ୬୪, ୟୁନିଟ -୯ରୁ ୫୬ ଓ ସହିଦ ନଗର ଅଞ୍ଚଳରୁ ୫୩ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇସାରିଲେଣି।

Bhubaneswar Bmc Capital Hospital Dengue
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe