Corona
ରାଜ୍ୟର ୧୨ ଜିଲ୍ଲାକୁ ମାଡ଼ି ସାରିଲାଣି କରୋନା। ଅନୁଗୋଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ଚିହ୍ନଟ ହେଲେଣି କୋଭିଡ ପଜିଟିଭ। ଗତକାଲି ସୁଦ୍ଧା ରାଜ୍ୟରୁ ଚିହ୍ନଟ ହୋଇଥିବା ମୋଟ ୫୬ କରୋନା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଅଛନ୍ତି। କଟକରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଆଗକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେବାକୁ ଥିବା ବେଳେ ପୁରୀ ଜିଲ୍ଲାରୁ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ଵର, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର, ଅନୁଗୋଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି।
ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮୧୫କୁ ବୃଦ୍ଧି ପାଇଛି। ଆଜି ସକାଳ ୮ଟା ସୁଦ୍ଧା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା। କେରଳରେ ସକ୍ରିୟ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ୨୦୫୩ ରହିଛି। ଏଠାରେ ୯୬ଟି ନୂଆ ମାମଲା ସାମ୍ନାକୁ ଆସିଛି। ଅନ୍ୟପକ୍ଷରେ ଦିଲ୍ଲୀରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ସୋମବାର ସେଠାରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨୮ ଥିବା ବେଳେ ମଙ୍ଗଳବାର ଏହା ୬୯୧ ରହିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
