Covid 19
ଦେଶର ବିଭିନ୍ନ ଭାଗରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଥିବାବେଳେ ଆଜି ପ୍ରଥମଥର ପାଇଁ ଭୁବନେଶ୍ୱରରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ କରୋନାର ଏହା ମାଇଲଡ୍ ଭାରିଏଂଟ, ବ୍ୟାପିବାର ସମ୍ଭାବନା କମ୍ , ତେଣୁ କେହି ବ୍ୟସ୍ତ ହୁଅନ୍ତୁ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଏସ୍ ଅଶ୍ୱତୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, କରୋନାକୁ ନେଇ ଭାରତ ସରକାରଙ୍କ ପାଖରୁ କୌଣସି ଗାଇଡଲାଇନ୍ ଆସିନାହିଁ । କେବଳ ସ୍ଥିତି ଉପରେ ନଜର ରଖିବାକୁ ସ୍ୱାସ୍ଥ୍ୟ ବିଭାଗକୁ କୁହାଯାଇଛି । ରାଜ୍ୟ ସରକାର ମଧ୍ୟ କୋଭିଡ୍ ସଂକ୍ରମଣ ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛନ୍ତି ଏବଂ ଯେ କୌଣସି ସ୍ଥିତିର ମୁକାବିଲା ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ବୋଲି ସେ କହିଛନ୍ତି ।
୨୦୨୦-୨୧ ମସିହାରେ କୋଭିଡ୍ ନିୟନ୍ତ୍ରଣ ପରଠାରୁ ଦେଶର ବିଭିନ୍ନ ରାଜ୍ୟରେ କାଁଭାଁ କୋଭିଡ୍ ସଂକ୍ରମିତ ଲକ୍ଷଣ ଥିବା ରୋଗୀ ଦେଖାଯାଉଛନ୍ତି । ଭୁବନେଶ୍ୱରରେ ଚିହ୍ନଟ ସଂକ୍ରମିତ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି । ସେ ବହୁରୋଗରେ ପୀଡ଼ିତ ଅଛନ୍ତି । ତାଙ୍କୁ ଆଇସୋଲେସନରେ ରଖାଯାଇଛି । କରୋନା ସାରା ଦେଶରୁ ସମ୍ପୂର୍ଣ୍ଣ ହଟିନାହିଁ । ଏହି ରୋଗର ଭୟଭୟତାକୁ ପୂର୍ଣ୍ଣ ନିୟନ୍ତ୍ରଣରେ ରଖାଯାଇଛି । ଜନସାଧାରଣଙ୍କର ଟୀକାକରଣ ଏବଂ ନିରନ୍ତର ସରକାରୀ ପ୍ରଚେଷ୍ଠା ଯୋଗୁ ଓଡ଼ିଶାରେ କୋଭିଡ୍ ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି । କାଁଭାଁ କୋଭିଡ୍ ଲକ୍ଷଣ ଥିବା ରୋଗ ସାମ୍ନାକୁ ଆସୁଛି ଏବଂ ସେ ସବୁ କେସକୁ ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯାଉଛି ବୋଲି ସ୍ୱାସ୍ଥ୍ୟ ସଚିବ ଶ୍ରୀମତୀ ଅଶ୍ୱତୀ ସୂଚନା ଦେଇଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Covid_19_1703660286.jpg)