/odisha-reporter/media/post_attachments/uploadimage/library/16_9/16_9_0/IMAGE_1689688219.jpg)
representational image
ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର ୮୭୧୭ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।
ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ୨୦୧୮ ଜୁନ୍ ମାସରୁ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାରକୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଛି । ଏହି ରାଶିକୁ ବୃଦ୍ଧି ପାଇଁ ସାମ୍ବାଦିକମାନେ ଦୀର୍ଘଦିନ ଧରି ଦାବି କରି ଆସୁଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ସ୍ୱାସ୍ଥ୍ୟବୀମା ରାଶି ୫ଲକ୍ଷ ଟଙ୍କାକୁ ବୃଦ୍ଧି ନିମନ୍ତେ ଘୋଷଣା କରିଛନ୍ତି ।
ଗତ କିଛିଦିନ ତଳେ ରାଜ୍ୟ ସରକାର ଏହି ବୀମା ପାଇଁ ଏକ ସ୍ୱତନ୍ତ୍ର ୱେବପୋର୍ଟାଲ ଉନ୍ମୋଚନ କରିଥିଲେ, ଯେଉଁଥିରେ ସାମ୍ବାଦିକମାନେ ଅନଲାଇନରେ ଆବେଦନ କରିବାର ସୁଯୋଗ ରହିଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
