Advertisment

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ୫ଲକ୍ଷ ଟଙ୍କାକୁ ବୃଦ୍ଧି

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।

ଅଦ୍ୟତନ ହୋଇଛି
representational image

representational image

Advertisment

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର ୮୭୧୭ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ମିଳିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।

Advertisment

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ୨୦୧୮ ଜୁନ୍ ମାସରୁ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାରକୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଛି । ଏହି ରାଶିକୁ ବୃଦ୍ଧି ପାଇଁ ସାମ୍ବାଦିକମାନେ ଦୀର୍ଘଦିନ ଧରି ଦାବି କରି ଆସୁଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ସ୍ୱାସ୍ଥ୍ୟବୀମା ରାଶି ୫ଲକ୍ଷ ଟଙ୍କାକୁ ବୃଦ୍ଧି ନିମନ୍ତେ ଘୋଷଣା କରିଛନ୍ତି ।

ଗତ କିଛିଦିନ ତଳେ ରାଜ୍ୟ ସରକାର ଏହି ବୀମା ପାଇଁ ଏକ ସ୍ୱତନ୍ତ୍ର ୱେବପୋର୍ଟାଲ ଉନ୍ମୋଚନ କରିଥିଲେ, ଯେଉଁଥିରେ ସାମ୍ବାଦିକମାନେ ଅନଲାଇନରେ ଆବେଦନ କରିବାର ସୁଯୋଗ ରହିଛି ।

Advertisment
Healthy Environment Odisha Journalist
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe