Advertisment

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ସଂଖ୍ୟା ୩କୁ ବୃଦ୍ଧି

ସପ୍ତାହକ ମଧ୍ୟରେ ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି।

Corona

Corona

Advertisment

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଏଥିସହ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ସପ୍ତାହକ ମଧ୍ୟରେ ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି ।

ଦେଶରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଦିନକରେ ୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ସଂକ୍ରମିତଙ୍କ
ସଂଖ୍ୟା ୪ ହଜାର ଟପିଛି। କୋଭିଡରେ ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ଜଣଙ୍କର ମୃତ୍ୟୁ ହୋଇଛି।

Advertisment

JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Odisha Coronavirus
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe