Advertisment

ଅଙ୍ଗଦାତାଙ୍କ ପାଇଁ ସ୍ୱତନ୍ତ୍ର ସମ୍ମାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

author-image
Manoranjan Sial
Organ Donor

Organ Donor

ଅଙ୍ଗଦାତାଙ୍କ ପାଇଁ ସ୍ୱତନ୍ତ୍ର ସମ୍ମାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Advertisment

ଅଙ୍ଗଦାନ ଏକ ମହତ ଦାନ। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି।

ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି। ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡ଼ିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି।

Advertisment

ସୂଚନାଯୋଗ୍ୟ ଯେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୁରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ସୁରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ସୁରଜଙ୍କର ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଅଙ୍ଗଗୁଡିକ ୬ ଜଣ ଲୋକଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିଲା।

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Bhubaneswar BjD Health