Advertisment

ଫେରିଲା କରୋନା, ଫେରିଲା ମାସ୍କ; ସ୍ୱାସ୍ଥ୍ୟ ବିଭାଗ ଜାରିକଲା ମାର୍ଗଦର୍ଶିକା

ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

author-image
Jitendra Garnayak
ଅଦ୍ୟତନ ହୋଇଛି
Mask

Mask

ଦେଶରେ କିଛି ଦିନ ହେବ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ତତ୍ପରତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। କରୋନା ପାଇଁ ସତର୍କ ରହିବାକୁ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।

Advertisment

ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଘରୁ ବାହାରକୁ ଗଲା ବେଳେ ମାସ୍କ ପିନ୍ଧିବାକୁ ସେମାନଙ୍କୁ କୁହାଯାଇଛି। ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି।

ଗତ ୩ ତାରିଖରେ ଶେଷ ଥର ପାଇଁ ଓଡ଼ିଶାରେ ଜଣେ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୨୦ ଦିନ ପରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୭୫୨ କୋରାନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କୋଭିଡର ସକ୍ରିୟ ମାମଲା ସଂଖ୍ୟା ୩,୪୨୦ରେ ପହଞ୍ଚି ଯାଇଛି। ଏଥିସହ ଆଉ ଚାରି ଜଣ ସଂକ୍ରମିତଙ୍କ ମୃତ୍ୟୁ ମଧ୍ୟ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଆଜି ଏହି ତଥ୍ୟ ଦେଇଛି। JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisment
Mask COVID Guideline Corona Cases In Odisha