Advertisment

ବ୍ୟାପୁଛି ‘ଆଖିଧରା’ ରୋଗ: ଜାଣନ୍ତୁ, କ’ଣ କରିବେ ଓ କ’ଣ କରିବେ ନାହିଁ

ମୁଖ୍ୟତଃ ସଂକ୍ରମିତ ରୋଗୀର ଲୁହ ଓ ଲେଞ୍ଜରାଜରିଆରେ ଆଖିଧରା ରୋଗ ସଂକ୍ରମିତ ହୋଇଥାଏ।

author-image
Ordigital Desk
ଅଦ୍ୟତନ ହୋଇଛି
Pink Eye

Pink Eye

ବର୍ଷା ଆରମ୍ଭରୁ ରାଜ୍ୟସାରା ମାଡ଼ିଗଲାଣି ଆଖିଧରା ରୋଗ। ବିଭିନ୍ନ ଜିଲ୍ଲାରୁ ଆସୁଛି ଶହ ଶହ ଆଖିଧରା ମାମଲା। ଆଖିଧରା ଏକ ସ୍ପର୍ଶଜନିତ ସଂକ୍ରାମକ ରୋଗ ହୋଇଥିବାରୁ ଏହାର ପ୍ରତିଷେଧକ ପାଇଁ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ।

Advertisment

ଏଥିରେ କୁହାଯାଇଛି, ଆଖିଧରାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ରୁମାଲ, ତଉଲିଆ ଓ ତକିଆ ଆଦି ବ୍ୟବହାର କରନ୍ତୁ ନାହିଁ। ଏମିତିକି ତାଙ୍କ ଆଇ-ଡ୍ରପ ବି ବ୍ୟବହାର କରନ୍ତୁ ନାହିଁ । ଚଷମା ପିନ୍ଧୁଥିଲେ, ନିୟମିତ ସଫା କରନ୍ତୁ। ସୁଇମିଂ ପୁଲ୍ କିମ୍ବା ପୋଖରୀରେ ମୁହଁ ବୁଡ଼ାନ୍ତୁ ନାହିଁ। ଆଖିରେ କସ୍ମେଟିକ୍ ଓ କଣ୍ଟାକ୍ଟ ଲେନ୍ସ ବ୍ୟବହାର କରନ୍ତୁ ନାହିଁ ।

ଆଖି ଧରିଲେ, ପରିଷ୍କାର କପଡ଼ାକୁ ଉଷୁମ ପାଣିରେ ପକାଇ ଆଖି ପୋଛନ୍ତୁ। ଡାକ୍ତରଙ୍କ ବିନା ପରାମର୍ଶରେ ଆଖିରେ କୌଣସି ଔଷଧ ପକାନ୍ତୁ ନାହିଁ।

Advertisment

କିଭଳି ଜାଣିବେ ଆପଣ ଆଖିଧରା ରୋଗରେ ପଡ଼ିଛନ୍ତି ?

ଆଖିଧରା ରୋଗକୁ କଞ୍ଜୁଙ୍କଟିଭିଟିସ ବା ପିଙ୍କ ଆଇ ବୋଲି କୁହାଯାଏ। ଏହି ରୋଗ ହେଲେ ଆଖି ଲାଲ୍ ପଡ଼ିବା ସହ ଖୁଞ୍ଚି ହୁଏ। ଆଖିରୁ ପାଣି ବୋହିବା ସହ ଲେଞ୍ଜରା ବାହାରେ।

ଆଖିଧରା ରୋଗ ଉଭୟ ଭୂତାଣୁ ଓ ଜୀବାଣୁଜନିତ। ଭୂତାଣୁଜନିତ ଆଖିଧରାରେ ଆଖି ଲାଲ୍ ପଡ଼ିବା ସହ ଲୁହ ବାହରିଥାଏ। କିନ୍ତୁ ଜୀବାଣୁଜନିତ ଆଖିଧରାରେ ଆଖିରୁ ପ୍ରଚୁର ପରିମାଣର ଲେଞ୍ଜରା ବାହାରିଥାଏ, ଆଖି ଲାଖିଯାଏ।

କେଉଁମାନେ ସଂକ୍ରମିତ ହେବାର ଆଶଙ୍କା ଅଧିକ?

ସଚେତନତା ଅଭାବରୁ ଛୋଟ ପିଲା ଓ ସ୍କୁଲ ଛାତ୍ରଛାତ୍ରୀଙ୍କଠାରେ ଏହା ଅଧିକ ସଂକ୍ରମଣ ହେବାର ଆଶଙ୍କା ରହିଛି ।

ଭୁଲ ଧାରଣା

ଚକ୍ଷୁରୋଗ ବିଶେଷଜ୍ଞ କହିଛନ୍ତି, ରୋଗୀର ଆଖିକୁ ଦେଖିବା ଦ୍ୱାରା ଆଖିଧରା ରୋଗ ବ୍ୟାପୀ ନ ଥାଏ। ଏହା କେବଳ ଏକ ଅନ୍ଧବିଶ୍ୱାସ। ମୁଖ୍ୟତଃ ସଂକ୍ରମିତ ରୋଗୀର ଲୁହ ଓ ଲେଞ୍ଜରାଜରିଆରେ ଆଖିଧରା ରୋଗ ସଂକ୍ରମିତ ହୋଇଥାଏ । ତେଣୁ ଆଖିଧରା ହୋଇଥିଲେ ରୋଗୀ ନିଜ ଆଖିଠାରୁ ହାତକୁ ଦୂରେଇ ରଖିବା ସହ ବାରମ୍ବାର ହାତ ଧୁଅନ୍ତୁ।

Pink Eye