Advertisment

ଢାକାରେ ଭୟଙ୍କର ଅଗ୍ନିକାଣ୍ଡ, ୪୪ ଜୀବନ୍ତ ଦଗ୍ଧ

ବାଂଲାଦେଶ ରାଜଧାନୀ ଢାକାରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଢାକାରେ ଥିବା ଏକ ୭ ମହଲା କୋଠାରେ ନିଆଁ ଲାଗି ୪୪ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି।

Fire

Fire

Advertisment

ବାଂଲାଦେଶ ରାଜଧାନୀ ଢାକାରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଢାକାରେ ଥିବା ଏକ ୭ ମହଲା କୋଠାରେ ନିଆଁ ଲାଗି ୪୪ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ଅଗ୍ନିକାଣ୍ଡରେ ଆହୁରି ପ୍ରାୟ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ଢ଼ାକାର ବେଲି ରୋଡରେ ଥିବା ଏକ ବିରିୟାନି ସେଣ୍ଟରରେ ଗତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ରାତି ପ୍ରାୟ ୯ଟା ୫୦ରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପରେ ଉପର ମହଲାକୁ ନିଆଁ ଦ୍ରୁତ ବେଗରେ ବ୍ୟାପିଥିଲା। ଫଳରେ ଅନେକ ଲୋକେ ବିଲ୍ଡିଂରେ ଫସି ରହିଥିଲେ।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ବିଲ୍ଡିଂରେ ନିଆଁ ଲାଗି ୪୪ରୁ ଅଧିକ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୨୦ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ବିଲ୍ଡିଂରୁ ୭୦ରୁ ଅଧିକ ଲୋକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଥିବା ଅଗ୍ନିଶମ ବିହାନୀ ପକ୍ଷରୁ କୁହାଯାଇଛି। ତେବେ ନିଆଁର ପ୍ରକୋପ ଏତେ ଥିଲା ଯେ ଏହାକୁ ଆୟତ୍ତ କରିବାକୁ ପ୍ରାୟ ୨ ଘଣ୍ଟା ସମୟ ଲାଗିଥିଲା। ଏହି ଅଗ୍ନିକାଣ୍ଡ କାରଣର ତଦନ୍ତ ହେଉଛି।

Bangladesh Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe