Advertisment

କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ? କାଉଣ୍ଟଡାଉନ ଆରମ୍ଭ

୪୮ ଘଣ୍ଟା ପରେ ହ୍ୱାଇଟ ହାଉସର ବସ୍ କିଏ ହେବ ତାହା ସ୍ପଷ୍ଟ ହେବ।

author-image
Madhupriya Mistry
Kamala Harris and Donald Trump

Kamala Harris and Donald Trump

ଆସନ୍ତାକାଲି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ। କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ? ପୁଣି କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ ? ନା ବାଜି ମାରିନେବେ ଭାରତୀୟ ବଂଶଦ୍ଭବ କମଲା ହାରିସ। ତାଙ୍କୁ ନେଇ ଜାରି ରହିଛି ନାନା ଚର୍ଚ୍ଚା, ବଢୁଛି ଉତ୍କଣ୍ଠା। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ।

Advertisment

୪୮ ଘଣ୍ଟା ପରେ ହ୍ୱାଇଟ ହାଉସର ବସ୍ କିଏ ହେବ ତାହା ସ୍ପଷ୍ଟ ହେବ। ମତଦାନ ପାଇଁ କ୍ୟାମ୍ପେନର ଡେଡଲାଇନ୍ ପୂର୍ବରୁ ଶକ୍ତି ପ୍ରଦର୍ଶନ ପାଇଁ ଜି ଜାନ୍ ଲଗାଇ ପ୍ରଚାର କରିଛନ୍ତି ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ ଏବଂ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ।

ଏଥର ନିର୍ବାଚନରେ ବୃହତ ବ୍ୟବଧାନରେ ନିର୍ବାଚନ ଜିଣିବେ ବୋଲି ଦୁଇ ପ୍ରାର୍ଥୀ ଦୃଢ଼ ଆଶାବାଦୀ ରହିଛନ୍ତି । ତେବେ ମ୍ୟାଜିକ୍ ନମ୍ବର ୨୭୦ କିଏ ପାର୍ କରି ହ୍ୱାଇଟ ହାଉସରେ ଏଣ୍ଟ୍ରି ମାରିବେ ତାକୁ ଜନତା ଜନାର୍ଦ୍ଦନ ହିଁ ନିଷ୍ପତ୍ତି ନେଇଛନ୍ତି। ରାଜନୀତି ବିଶାରଦଙ୍କ କହିବା କଥା ଚଳିତ ନିର୍ବାଚନରେ ପେନସଲଭେନିଆ ଏବଂ ମିସଗନ୍ ଏହି ଦୁଇ ରାଜ୍ୟ କିଏ ରାଷ୍ଟ୍ରପତି ରେସ୍ ଜିତିବ ତାହା ନିର୍ଣ୍ଣୟ କରିବେ।

Advertisment

ଡେମୋକ୍ରାଟିକ୍ ପାର୍ଟିରୁ ପ୍ରାର୍ଥୀ ହୋଇଛନ୍ତି ଭାରତୀୟ ବଂଶୈଦ୍ଭବ କମଲା ହାରିସ। ସେପଟେ ରିପବ୍ଲିକାନ ପାର୍ଟିରୁ ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଉଭୟଙ୍କ ମଧ୍ୟରେ ହୋଇପାରେ କଡ଼ା ଟକ୍କର। ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ବିଜୟୀ ପାଇଁ ୫୩୮ ଇଲେକ୍ଟୋରାଲ କଲେଜ ଭୋଟରୁ ୨୭୦ ଭୋଟ୍ ସହ ପ୍ରାର୍ଥୀଙ୍କୁ ଅତି କମରେ ତିନିଟି ପ୍ରମୁଖ ରାଜ୍ୟରେ ଜିତିବାକୁ ପଡ଼ିବ।

USA Donald Trump US Presidential Election 2024 Kamala Harris