Advertisment

ତୁର୍କୀରେ ବଡ଼ ଧରଣର ଭୂମିକମ୍ପ: ୧୫ ମୃତ, ଅନେକ କୋଠା ନଷ୍ଟ

ଲେବାନନ, ସିରିୟା ଓ ସାଇପ୍ରସରେ ମଧ୍ୟ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା।

ଅଦ୍ୟତନ ହୋଇଛି
undefined

Earthquake

Advertisment

ତୁର୍କୀରେ ସୋମବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୭.୮ ରେକର୍ଡ କରାଯାଇଛି। ଦକ୍ଷିଣପୂର୍ବ ତିର୍କୀର ଗାଜିଆନଟେପରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି। ଏଥିରେ ଅନେକ କୋଠା ନଷ୍ଟ ହୋଇଥିବା ବେଳେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। କାରଣ ଭୂମିକମ୍ପ ବେଳେ ଲୋକେ ଘରେ ଶୋଇଥିଲେ।  

Advertisment

ସ୍ଥାନୀୟ ସମୟ ଅନୁସାରେ ଭୋର ୪ ଟା ୧୭ମିନିଟ୍‌ରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହାର ୧୫ ମିନିଟ୍ ପରେ ସେଠାରେ ଆଉ ଏକ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା, ଯାହାର ତୀବ୍ରତା ୬.୭ ରହିଥିଲା।

ଗାଜିଆନଟେପ ହେଉଛି ତୁର୍କୀର ଅନ୍ୟତମ ପ୍ରମୁଖ ଶିଳ୍ପାଞ୍ଚଳ। ଏହା ସିରିୟା ସୀମାକୁ ଲାଗି ରହିଛି। ଆଜି ଏଠାରେ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ ଲେବାନନ, ସିରିୟା ଓ ସାଇପ୍ରସରେ ମଧ୍ୟ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା।

Advertisment

ତୁର୍କୀ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତିର ଆକଳନ କରାଯାଇନାହିଁ। ତେବେ ଭୂମିକମ୍ପ ପରେ ପରେ ସ୍ଥାନୀୟ ଲୋକଙ୍କ ଦ୍ୱାରା ସୋଶାଲ ମିଡିଆରେ ପୋଷ୍ଟ ହୋଇଥିବା ଭିଡିଓରେ ଅନେକ କୋଠା ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି। ସେହିପରି ଖବର ଲେଖାଯିବା ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି।   

ତୁର୍କୀ ହେଉଛି ବିଶ୍ୱର ଅନ୍ୟତମ ଭୂମିକମ୍ପ ପ୍ରବଣ ଅଞ୍ଚଳ। ୧୯୯୯ରେ ତୁର୍କୀର ଡସ୍‌ଜେ ବଡ଼ଧରଣର ଭୂମିକମ୍ପ ହୋଇଥିଲା। ଏହାର ତୀବ୍ରତା ୭.୪ ରହିଥିଲା। ଏଥିରେ ୧୭ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା।

Earthquake Turkey
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe