Advertisment

ୟୁକ୍ରେନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଯୁଦ୍ଧଗ୍ରସ୍ତ ରାଷ୍ଟ୍ରକୁ ଦେବେ ଶାନ୍ତିର ବାର୍ତ୍ତା

ରୁଷ-ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଉପରେ ଆଲୋଚନା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

PM Modi

PM Modi

Advertisment

ୟୁକ୍ରେନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୋଲାଣ୍ଡ ପରେ ଆଜି ଯୁଦ୍ଧ କ୍ଷତିଗ୍ରସ୍ତ ଦେଶ ୟୁକ୍ରେନର ରାଜଧାନୀ କ୍ୱିବିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଅବସରରେ ସେ ୟୁକ୍ରେନ ରାଷ୍ଟ୍ରପତି ଭ୍ଲୋଡିମିର ଜେଲେନସ୍କିଙ୍କୁ ଭେଟିବା ସହ ରୁଷ-ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଉପରେ ଆଲୋଚନା କରିବେ ବୋଲି ଆଶା କରାଯାଉଛି। 

Advertisment

ରୁଷ-ୟୁକ୍ରେନ ଯୁଦ୍ଧ ପରଠାରୁ ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ୟୁକ୍ରେନ ଗସ୍ତ। ସେହିପରି 1991ରୁ ମଧ୍ୟ ୟୁକ୍ରେନ ସ୍ୱାଧୀନତା ପାଇବା ପରଠାରୁ ପ୍ରଥମ କରି କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ୟୁକ୍ରେନ ଗସ୍ତ କରିଛନ୍ତି। ତେଣୁ ଏପରି ସମୟରେ ଦୁଇ ପଡୋଶୀ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ମୋଦି ବାର୍ତ୍ତା ଦେଇପାରନ୍ତି।

ଗତ ମାସ ମଧ୍ୟ ପ୍ରଧାନମନ୍ତ୍ରୀ ମସ୍କୋ ଗସ୍ତ କରି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା, ଯାହାକୁ ନେଇ ଆମେରିକା ସମେତ କିଛି ପାଶ୍ଚାତ୍ୟ ଦେଶ ଭାରତକୁ ସମାଲୋଚନା କରିଥିଲେ। ଏହାପରେ ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଓ ୟୁକ୍ରେନର ରାଷ୍ଟ୍ରପତି ଜେଲେନସ୍କିଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦେଶକୁ ଗସ୍ତ କରିଛନ୍ତି। 

Advertisment

ପ୍ରଧାନମନ୍ତ୍ରୀ ମୋଦି ଗତକାଲି ପୋଲାଣ୍ଡ ଗସ୍ତ ସାରିବା ପରେ ଆଜି ୟୁକ୍ରେନରେ ପହଞ୍ଚିଛନ୍ତି। ରୁଷ-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ତଥା ଗଠନମୂଳକ ଭୂମିକା ଗ୍ରହଣ କରିପାରିବ ବୋଲି ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ କେତେ ସଫଳ ହେଉଛି ତା ଉପରେ ସମସ୍ତଙ୍କ ନଜର ରହିବ ନିଶ୍ଚୟ। 

PM Modi Ukraine Russia-Ukraine War Zelensky
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe