Advertisment

ରାଜ୍ୟ ସରକାରଙ୍କ ଘୋଷଣା, ନିଯୁକ୍ତି ପାଇବେ ଆଉ ୧୦ହଜାର କନିଷ୍ଠ ଶିକ୍ଷକ

ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ଅଦ୍ୟତନ ହୋଇଛି
undefined

Loka Seva Bhavan

Advertisment

ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଯୁବବର୍ଗଙ୍କୁ ଆକୃଷ୍ଟ ପାଇଁ ପୁଣି ଏକ ଘୋଷଣା କରିଛନ୍ତି । ରାଜ୍ୟରେ ଆଉ ୧୦ହଜାର କନିଷ୍ଠ ଶିକ୍ଷକ (ସ୍ମିମାଟିକ)ଙ୍କୁ ନିଯୁକ୍ତି ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏବେ ରାଜ୍ୟରେ ୨୦ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଏହା ଶେଷ ହେବା ପରେ ଏହି ୧୦ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟାର ଆରମ୍ଭ କରାଯିବ ବୋଲି ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି।

Advertisment

ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଖାଲି ପଡ଼ିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୧୦ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିୟୋଜିତ କରିବାକୁ ସ୍ଥିର ହୋଇଛି । ଏହି ନିୟୋଜନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବା ପାଇଁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଇଛି । ଏବେ ଚାଲୁ ରହିଥିବା ୨୦ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ପଦବୀ ପୂରଣର ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ୧୦ହଜାର ନୂଆ ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ ।

ରାଜ୍ୟ ସରକାର ୨୦୨୩ ସେପ୍ଟେମ୍ବର ମାସରେ ରାଜ୍ୟରେ ୨୦ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ) ନିଯୁକ୍ତି ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଥିଲେ, ଯାହା ଅଦ୍ୟାବଧି ଜାରି ରହିଛି।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ ବେକାର ସମସ୍ୟାକୁ ନେଇ ଯୁବବର୍ଗଙ୍କ ମଧ୍ୟରେ ରହିଥିବା ଆକ୍ରୋଶକୁ ଦୃଷ୍ଟିରେ ରଖି ସରକାର ମାତ୍ର ୬ ମାସ ବ୍ୟବଧାନରେ ପ୍ରାୟ ୩୦ହଜାର କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସାଧାରଣ ନିର୍ବାଚନ ପୂର୍ବରୁ ସରକାରଙ୍କ ଏହି ଘୋଷଣା ଯୁବବର୍ଗଙ୍କ ତୁଷ୍ଟୀକରଣ ନିମନ୍ତେ ଉଦ୍ଦିଷ୍ଟ ବୋଲି ଚର୍ଚ୍ଚା ହେଉଛି ।

Job Vacancy
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe