Advertisment

ଅଗ୍ନିବୀରଙ୍କ ପାଇଁ ମୋହନ ସରକାରଙ୍କ ବଡ଼ଘୋଷଣା: ଚାକିରିରେ ୧୦% ସଂରକ୍ଷଣ,ବୟସ ୫ବର୍ଷ କୋହଳ

ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ।

ଅଦ୍ୟତନ ହୋଇଛି
undefined

CM Mohan Charan Majhi

Advertisment

କେନ୍ଦ୍ରରେ ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ବିଜେପି ସରକାରଙ୍କ ‘ଅଗ୍ନିବୀର’ ଯୋଜନାକୁ ନେଇ ବିରୋଧୀ ଦଳର ବିରୋଧ ଜାରି ରହିଥିବାବେଳେ ଆଜି ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି କହିଛନ୍ତି ।

Advertisment

ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ଅଗ୍ନିବୀର ଯୋଜନା’ । ଏହି ଯୋଜନା ଆମର ଅଗ୍ନବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶାର ୟୁନିଫର୍ମ ସେବା(ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ଏହାସହିତ ସେମାନଙ୍କ ବୟସସୀମା ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସୂଚନା ଦେଇଛନ୍ତି ।

Agniveer
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe