Advertisment

ପଦ୍ମପୁର ଲାଗି ନୂଆ ADM ପଦବୀକୁ ମଞ୍ଜୁରି

ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Padmapur

Padmapur

Advertisment

ପଦ୍ମପୁରରେ ନିଯୁକ୍ତ ହେଲେ ପ୍ରଥମ ADM। ଏଡିଏମ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୨୦ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ଅଧିକାରୀ ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ADM ଭାବେ ନିଯୁକ୍ତି ମିଳିଛି।

Advertisment

ଚଭନ କୁନାଲ ଏବେ ବାଲେଶ୍ୱରରେ ସବ-କଲେକ୍ଟର ଅଛନ୍ତି। ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି।

ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି। ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। RDCଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ।

Advertisment
Padampur Naveen Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe