Advertisment

IPS ସ୍ତରରେ ଅଦଳ ବଦଳ, ବ୍ରିଜେଶ ରାୟ ହେଲେ ଅତିରିକ୍ତ ପୁଲିସ୍ କମିଶନର

ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଥିବା ୧୯୯୨ ବ୍ୟାଚ୍‌ର ଆଇପିଏସ୍ ଅଫିସର ଲଳିତ ଦାସଙ୍କୁ ଅତିରିକ୍ତ ଡିଜିପି, ଏଚ୍‌ଆର୍‌ପିସି ଭାବେ ବଦଳି କରାଯାଇଛି।

ଅଦ୍ୟତନ ହୋଇଛି
IPS Brijesh Kumar Rai

IPS Brijesh Kumar Rai

Advertisment

IPS ସ୍ତରରେ ଆଜି ଏକ ଛୋଟ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ଗୃହ ବିଭାଗରେ ଓଏସ୍‌ଡି ଥିବା ୧୯୮୮ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅରୁଣ ରାୟଙ୍କୁ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି।

Advertisment

ସ୍ୱତନ୍ତ୍ର ଡିଜିପି, ଏଚ୍‌ଆର୍‌ପିସି (ମାନବାଧିକାର ସୁରକ୍ଷା ସେଲ୍‌) ଭାବେ କାର୍ଯ୍ୟ କରୁଥିବା ୧୯୮୯ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅମୃତ ମୋହନ ପ୍ରସାଦଙ୍କୁ ଜେଲ୍ ଡିଜି ଭାବେ ବଦଳି କରାଯାଇଛି। ୧୯୮୮ ବ୍ୟାଚ୍ ଆଇପିଏସ୍ ମନୋଜ କୁମାର ଛାବ୍ରା ଆଜି ଅବସର ନେବା ପରେ ଅମୃତ ମୋହନ ପ୍ରସାଦଙ୍କୁ ଜେଲ୍ ଡିଜି ଭାବେ ବଦଳି କରାଯାଇଛି। ଏହା ସହିତ ଅମୃତ ମୋହନ ପ୍ରସାଦଙ୍କୁ କରେନ୍ସନାଲ ସର୍ଭିସେସ୍ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। 

ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେସନ୍ ନିର୍ଦ୍ଦେଶକ ଥିବା ୧୯୯୨ ବ୍ୟାଚ୍‌ର ଆଇପିଏସ୍ ଅଫିସର ଲଳିତ ଦାସଙ୍କୁ ଅତିରିକ୍ତ ଡିଜିପି, ଏଚ୍‌ଆର୍‌ପିସି (ମାନବାଧିକାର ସୁରକ୍ଷା ସେଲ୍‌) ଭାବେ ବଦଳି କରାଯାଇଛି।

Advertisment

ଭୁବନେଶ୍ୱର-କଟକ କମିଶନରେଟ୍ ପୁଲିସ୍‌ରେ ଅତିରିକ୍ତ ପୁଲିସ୍ କମିଶନର ଥିବା ୨୦୦୮ ବ୍ୟାଚ୍‌ର ଆଇପିଏସ୍ ଅଫିସର ଉମାଶଙ୍କର ଦାଶଙ୍କୁ ରାଜ୍ୟ ଗୁଇନ୍ଦା ଶାଖା (ଏସ୍‌ଆଇଡବ୍ଲ୍ୟୁ)ର ଡିଆଇଜି ଭାବେ ବଦଳି କରାଯାଇଛି।

ପୁଲିସ୍ ମୁଖ୍ୟାଳୟରେ ଡିଆଇଜି ଭାବେ ଅବସ୍ଥାପିତ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇପିଏସ୍ ଅଫିସର ବ୍ରିଜେଶ କୁମାର ରାୟଙ୍କୁ ଭୁବନେଶ୍ୱର-କଟକ କମିଶନରେଟ୍ ପୁଲିସ୍‌ରେ ଅତିରିକ୍ତ ପୁଲିସ୍ କମିଶନର ଭାବେ ବଦଳି କରାଯାଇଛି।

ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଅନୁଗୋଳରେ ଅବସ୍ଥାପିତ ହୋଇଥିଲେ ବ୍ରିଜେଶ କୁମାର ରାୟ। ସେ ଅନୁଗୋଳ ପିଟିସିର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ। ତେବେ ତାଙ୍କ ପତ୍ନୀଙ୍କ ବିରୋଧରେ ଜଣେ ମହିଳା ହୋମଗାର୍ଡ ନିର୍ଯାତନା ଅଭିଯୋଗ ଆଣି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବା ପରେ ବିବାଦୀୟ ହୋଇପଡ଼ିଥିଲେ ବ୍ରିଜେଶ କୁମାର ରାୟ। ତା’ପରେ ତାଙ୍କୁ କଟକ ସ୍ଥିତ ପୁଲିସ୍ ମୁଖ୍ୟାଳୟକୁ ବଦଳି କରି ଦିଆଯାଇଥିଲା।

Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe