Advertisment

ଓଏଏସସ୍ତରରେ ବଦଳି: ଯୁଗଳେଶ୍ୱରୀ ଦାସ ରାଜ୍ୟ ଇଏସଆଇ ନିର୍ଦ୍ଦେଶକ

ବରିଷ୍ଠ ଓଏଏସ୍ ସୟେଦ ମହମ୍ମଦ ଅକଦାସଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି।

Loka Seva Bhavan

Loka Seva Bhavan

Advertisment

ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ  ଅଦଳବଦଳ କରିଛନ୍ତି । ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ବରିଷ୍ଠ ଓଏଏସ୍ ଯୁଗଳେଶ୍ୱରୀ ଦାସଙ୍କୁ ରାଜ୍ୟ ଇଏସଆଇ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଭୁବନେଶ୍ୱର ରାଜସ୍ୱ ଅଫିସର ପ୍ରଶିକ୍ଷଣ ପ୍ରତିଷ୍ଠାନ(ରୋଟି)ର ନିର୍ଦ୍ଦେଶକ ଭାବେ ଗତ ୨୨ତାରିଖରେ ତାଙ୍କର ବଦଳିକୁ ଆଜି ରଦ୍ଦ କରିଦିଆଯାଇଛି ।

Advertisment

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ୍ ସୟେଦ ମହମ୍ମଦ ଅକଦାସଙ୍କୁ କଟକସ୍ଥିତ ବୋର୍ଡ ଅଫ ରେଭନ୍ୟୁର ସ୍ୱତନ୍ତ୍ର ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେ କଟକରେ ଭୂସଂସ୍କାର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ ।

ସେହିପରି ବରିଷ୍ଠ ଓଏଏସ୍ ଜ୍ୟୋର୍ତିମୟୀ ପ୍ରଧାନଙ୍କୁ କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ)ର ସଚିବ ଭାବେ ବଦଳି ହୋଇଛି । ସେ ଏବେ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

Advertisment

ସେହିପରି କୃଷି ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍ ସସ୍ମିତା ସାହୁଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି ।

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଅତସୀ ଦାସଙ୍କୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଏସଆରସି ଭାବେ ବଦଳି ହୋଇଛି ।

Oas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe