Advertisment

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ଅଦ୍ୟତନ ହୋଇଛି
Anganwadi

Anganwadi

Advertisment

ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ତା’ ସହିତ ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ବଢ଼ିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି ଏହି ଘୋଷଣା। ଏହା ଦ୍ୱାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡ଼ି କର୍ମୀ, ମିନି ଅଙ୍ଗନବାଡ଼ି କର୍ମୀ ଓ ଅଙ୍ଗନବାଡ଼ି ସହାୟିକା ଉପକୃତ ହେବେ।

Advertisment

ଅଙ୍ଗନବାଡ଼ି କର୍ମୀଙ୍କ ମାସିକ ପାରିଶ୍ରମିକ ୭୫୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫୩୭୫ରୁ ୭୨୫୦ ଟଙ୍କାକୁ ବଢ଼ିଛି। ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ୩୭୫୦ରୁ ୫ ହଜାର ଟଙ୍କା ହୋଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ।  ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪- ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ ତାରିଖରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ। ଚଳିତ ଫେବ୍ରୁଆରୀ ମାସରୁ ସେମାନଙ୍କୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ।

Advertisment

ଅଙ୍ଗନବାଡ଼ି କର୍ମଚାରୀଙ୍କ ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ବୃଦ୍ଧି କରାଯାଇଛି। ଏହା ଆସନ୍ତା ଏପ୍ରିଲ ପହିଲା (୦୧.୦୪.୨୦୨୪)ରୁ ଲାଗୁ ହେବ। ବର୍ଦ୍ଧିତ ପ୍ରୋତ୍ସାହନ ରାଶି ବାବଦରେ ଅଙ୍ଗନବାଡି କର୍ମୀମାନେ ପୂର୍ବରୁ ପାଉଥିବା ୪୦ ହଜାର ଟଙ୍କା ପରିବର୍ତ୍ତେ ୧ ଲକ୍ଷ ଟଙ୍କା ପାଇବେ। ମିନି ଅଙ୍ଗନବାଡି କର୍ମୀମାନେ ୩୦ ହଜାର ଟଙ୍କା ପରିବର୍ତ୍ତେ ୭୫ ହଜାର ଟଙ୍କା ପାଇବେ ଓ ଅଙ୍ଗନବାଡି ସହାୟିକାମାନେ ୨୦ ହଜାର ଟଙ୍କା ପରିବର୍ତ୍ତେ ୫୦ ହଜାର ଟଙ୍କା ପାଇବେ।

ସେହିପରି ସାମାଜିକ ସୁରକ୍ଷା ଦିଗରେ- ମୃତ୍ୟୁ କିମ୍ବା ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା ନିମନ୍ତେ ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ସହାୟିକାମାନଙ୍କୁ ୨ ଲକ୍ଷ ଟଙ୍କା ଓ ଆଂଶିକ ଅକ୍ଷମତା ନିମନ୍ତେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପା ରାଶି ପ୍ରଦାନ କରାଯିବ। ଏହି ସୁବିଧା ମଧ୍ୟ ୦୧.୦୪.୨୦୨୪ରୁ ଲାଗୁ ହେବ।

Anganwadi Workers
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe