Advertisment

ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ନିଯୁକ୍ତ ହୋଇପାରନ୍ତି ମହିଳା

୮୨୬ ଜଣ ଆଗ୍ନିକ ଓ ୧୧୫ ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ।

Joining Letter

Joining Letter

Advertisment

ଆଗାମୀ ଦିନରେ ଫାୟାର ମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ। ଏଥିପାଇଁ ଆବଶ୍ୟକୀୟ ସଂଶୋଧନ ଜରିଆରେ ପଦବୀକୁ ଫାୟାର ଫାଇଟର ବା ଅଗ୍ନିଯୋଦ୍ଧା ଭାବେ ନାମିତ କରାଯିବ। ଏହାଫଳରେ ମହିଳାମାନେ ମଧ୍ୟ ଏଥିରେ ନିଯୁକ୍ତିର ସୁଯୋଗ ପାଇ ପାରିବେ ବୋଲି ଆଜି ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Advertisment

ଭୁବନେଶ୍ୱର ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଗ୍ନିଯୋଦ୍ଧା ମାନଙ୍କୁ ନୂତନ ଦାୟିତ୍ୱ ନେଇଥିବାରୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଜନସାଧାରଣଙ୍କ ସେବା କରିବା ପାଇଁ ଓ ସେମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଆପଣମାନଙ୍କୁ ଆଜି ସୁଯୋଗ ମିଳିଛି। ମଣିଷ ଜୀବନ ବଞ୍ଚାଇବା ମହାପୂଣ୍ୟ କାମ। ଦରମା ତ ପ୍ରତ୍ୟେକ କର୍ମଚାରୀ ପାଉଛନ୍ତି, କିନ୍ତୁ  ଜୀବନ ରକ୍ଷାକରି ପୂଣ୍ୟ ଅର୍ଜନ କରିବାର ସୁଯୋଗ ସମସ୍ତଙ୍କୁ ମିଳେ ନାହିଁ । ସମାଜର ପ୍ରଶଂସା ଓ ସମ୍ମାନ ଆପଣଙ୍କ ଜୀବନର ସବୁଠାରୁ ବଡ ସଫଳତା ହେବ। ଆପଣମାନଙ୍କର କାର୍ଯ୍ୟ କ୍ଷେତ୍ରରେ ସୁନାମ ରାଜ୍ୟକୁ ସୁରକ୍ଷିତ କରି ରଖିବ।

ସେ କହିଥିଲେ , ରାଜ୍ୟରେ ମୋଟ ୩୮୩୨ଟି ଆଗ୍ନିକ ଓ ୩୮୭ଟି ପଦବୀ ରହିଛି। ଆଜି ଖାଲି ଥିବା ୮୨୬ଟି ଆଗ୍ନିକ ଓ ୧୧୫ଟି ଆଗ୍ନିକ ଗାଡିଚାଳକ ପଦବୀ ପୂରଣ ହେଲା। ଗୋଟିଏ ଦିନରେ ସମ୍ପୂର୍ଣ୍ଣ ପଦବୀ ସଂଖ୍ୟାର ୨୨ ଭାଗ ପଦବୀ ପୂରଣ କରାଗଲା। ରାଜ୍ୟରେ ସରକାରୀ ପଦବୀ ଖାଲି ରହିଲେ, ଏହାର ପ୍ରଭାବ ବିଭାଗ ଉପରେ ପଡ଼େ। ଅଗ୍ନିଶମ ବିଭାଗ ପରି ଏକ ଜରୁରୀକାଳୀନ ସଂସ୍ଥାରେ ପଦବୀ ଖାଲି ରହିବା ଗ୍ରହଣୀୟ ନୁହେଁ। ୯୪୧ ଜଣ ନୂଆ ଅଗ୍ନିଯୋଦ୍ଧାଙ୍କ ଯୋଗଦାନ ବିଭାଗକୁ ସୁଦୃଢ କରିବ ଏବଂ ବିଭାଗ ଲୋକଙ୍କ ଧନଜୀବନ ସୁରକ୍ଷା କରିବା ପାଇଁ ଅଧିକ ସକ୍ଷମ ହେବ।

Advertisment

ଗୃହ ବିଭାଗରେ ଖାଲିଥିବା ପଦବୀ ଓ ନୂଆ ପଦବୀ ମିଶି ପ୍ରାୟ ୧୦,୦୦୦ ପଦବୀ ଖୁବ୍ ଶୀଘ୍ର ପୂରଣ ହେବ। ସେହିପରି ୨୦୨୦ ଠାରୁ ଗୃହରକ୍ଷୀ ନିଯୁକ୍ତି ବନ୍ଦ ଅଛି। ଏବେ ପ୍ରାୟ ୨୪୧୬ଟି ପଦବୀ ଖାଲି ଅଛି। ଖୁବ୍ ଶୀଘ୍ର ଏ ଗୁଡ଼ିକ ମଧ୍ୟ ପୂରଣ ହେବ। ଆଗାମୀ ୫ ବର୍ଷ ମଧ୍ୟରେ ଆମ ସରକାର ୧.୫ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ସ୍ଥିର କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି କହିଥିଲେ। 

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ  ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ  ପ୍ରଭାତୀ ପରିଡ଼ା ଉପସ୍ଥିତ ରହି  ଅଗ୍ନିଶମ ବାହିନୀରେ ଝିଅମାନଙ୍କୁ ସୁଯୋଗ ଦେବା ପାଇଁ ପ୍ରସ୍ତାବ ରଖିଥିଲେ। ଏହା ଉପରେ ବିଚାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ଏବଂ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ମହାନିର୍ଦ୍ଦେଶକ ଡଃ ସୁଧାଂଶୁ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। 

Fireman
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe