ଆବଶ୍ୟକ ସାମଗ୍ରୀ: ଖାସି ମାଂସ, ପିଆଜ ବଟା,ଅଦା ରସୁଣ ବଟା, କଞ୍ଚା ଲଙ୍କା, ଗରମ ମସଲା, କଟା ଧନିଆ ପତ୍ର, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ସୋରିଷ ତେଲ ଓ ଲୁଣ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଞ୍ଚା ଲଙ୍କାରୁ ମଞ୍ଜି ବାହାର କରି ଛେଚି ରଖନ୍ତୁ। ତା'ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଗଲା ପରେ ସେଥିରେ ପିଆଜ ଓ ଅଦା ରସୁଣ ବଟା ପକାଇ ଗୋଳାଇ ଦିଅନ୍ତୁ। ପରେ ସେଥିରେ ଲଙ୍କା ଗୁଣ୍ଡ, ଆବଶ୍ୟକ ଅନୁଯାୟୀ ଲୁଣ ଓ ହଳଦୀ ଗୁଣ୍ଡ ପକାଇ ମସଲାକୁ ଅଳ୍ପ ସମୟ ପାଇଁ କଷନ୍ତୁ। ମସଲା କଷି ହେବା ପରେ ସେଥିରେ ଛେଚା କଞ୍ଚା ଲଙ୍କାକୁ ପକାଇ ପୁଣି କଷନ୍ତୁ। ମସଲା କଷି ହେବାପରେ ମଟନକୁ ପକାଇ ଦିଅନ୍ତୁ । ଏହାପରେ ମାଂସକୁ ଭଲ ଭାବେ କଷନ୍ତୁ।
ମାଂସ କଷି ହେବା ପରେ ଆବଶ୍ୟକ ଅନୁଯାୟୀ ପାଣି ଦେଇ ଘୋଡ଼ଣୀ ଘୋଡ଼ାଇ ଦିଅନ୍ତୁ। ଏହାପରେ ମାଂସ ସିଝିବା ପାଇଁ ୩୦ ରୁ ୪୫ ମିନିଟ୍ ପର୍ଯ୍ୟନ୍ତ ଛାଡି ଦିଅନ୍ତୁ। ଏହାପରେ ଘୋଡଣୀ ବାହାର କରି କଟା ଧନିଆ ପତ୍ର ଓ ଗରମ ମସଲା ପକାଇ ଗ୍ୟାସକୁ ବନ୍ଦ କରି ଦିଅନ୍ତୁ । ପ୍ରସ୍ତୁତ ହୋଇଗଲା ' କଞ୍ଚା ଲଙ୍କା ମଟନ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...