Advertisment

ପିଅନ୍ତୁ ଲବଙ୍ଗ କ୍ଷୀର, ଦୂର ହୋଇଯିବ ଏହି ସବୁ ରୋଗ

ଶୀତ ଦିନେ ରାତିରେ ଅଧିକାଂଶ ଲୋକ କ୍ଷୀର ପିଇବା ପାଇଁ ପସନ୍ଦ କରନ୍ତି। ବିଶ୍ୱାସ ରହିଛି ଯେ, କ୍ଷୀର ପିଇଲେ କୁଆଡେ ଭଲ ନିଦ ହୁଏ। ଏଥିସହ ହଜମ ଶକ୍ତି ମଧ୍ୟ ଭଲ ରୁହେ। ତେବେ ଏହି କ୍ଷୀର ସହ ଲବଙ୍ଗ ମିଶାଇ ପିଇଲେ ଅଧିକ ଲାଭ ମିଳିଥାଏ। ଏହି ଦୁଇଟି ଜିନିଷକୁ ଏକାଠି ପିଇବା ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ ହୋଇପାରେ। କ୍ଷୀର ଏବଂ ଲବଙ୍ଗ ଅନେକ ପୋଷକ ତତ୍ତ୍ୱରେ ଭରପୂର। କ୍ଷୀରରେ ଫସଫରସ୍, ମ୍ୟାଗ୍ନେସିୟମ୍, […]

ପିଅନ୍ତୁ ଲବଙ୍ଗ କ୍ଷୀର, ଦୂର ହୋଇଯିବ ଏହି ସବୁ ରୋଗ

milk and cloves

Advertisment

ଶୀତ ଦିନେ ରାତିରେ ଅଧିକାଂଶ ଲୋକ କ୍ଷୀର ପିଇବା ପାଇଁ ପସନ୍ଦ କରନ୍ତି। ବିଶ୍ୱାସ ରହିଛି ଯେ, କ୍ଷୀର ପିଇଲେ କୁଆଡେ ଭଲ ନିଦ ହୁଏ। ଏଥିସହ ହଜମ ଶକ୍ତି ମଧ୍ୟ ଭଲ ରୁହେ। ତେବେ ଏହି କ୍ଷୀର ସହ ଲବଙ୍ଗ ମିଶାଇ ପିଇଲେ ଅଧିକ ଲାଭ ମିଳିଥାଏ। ଏହି ଦୁଇଟି ଜିନିଷକୁ ଏକାଠି ପିଇବା ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ ହୋଇପାରେ। କ୍ଷୀର ଏବଂ ଲବଙ୍ଗ ଅନେକ ପୋଷକ ତତ୍ତ୍ୱରେ ଭରପୂର। କ୍ଷୀରରେ ଫସଫରସ୍, ମ୍ୟାଗ୍ନେସିୟମ୍, ଆୟୋଡିନ୍, ଭିଟାମିନ୍ଏ-, ଡି ଓ କେ ଭରପୂର ମାତ୍ରାରେ ଥିବାବେଳେ ଲବଙ୍ଗରେ କାର୍ବୋହାଇଡ୍ରେଟ୍, ଆଇରନ୍, ସୋଡିୟମ୍ ପ୍ରଚୁର ପରିମାଣରେ ରହିଛି।

Advertisment

ଶୋଇବା ପୂର୍ବରୁ ପ୍ରତିଦିନ ରାତିରେ କ୍ଷୀରରେ ଲବଙ୍ଗ ମିଶାଇ ପିଅନ୍ତୁ। ଯଦି ଆପଣ ଚାହାଁନ୍ତି, ଆପଣ ଏହାକୁ ଯେକୌଣସି ସମୟରେ ପିଇପାରିବେ, କିନ୍ତୁ ରାତିରେ ଏହାକୁ ପିଇବା ଅଧକ ଭଲ। ଏଥିପାଇଁ, ପ୍ରଥମେ ଲବଙ୍ଗକୁ ଭଲ ଭାବେ ଗୁଣ୍ଡ କରି ପାଉଡର ତିଆରି କରି ରଖିଦିଅନ୍ତୁ। ଏହା ପରେ କ୍ଷୀରକୁ ଭଲ ଭାବରେ ଗରମ କରନ୍ତୁ। ଏବେ ଏକ ଗ୍ଲାସ କ୍ଷୀରରେ ଲବଙ୍ଗ ପାଉଡର ମିଶାନ୍ତୁ। ତା’ପରେ ସେଥିରେ ଟିକେ ଗୁଡ ମିଶାଇ ପୁଅନ୍ତୁ।

- ଶୀତ ଦିନେ ପ୍ରାୟତଃ ଲୋକଙ୍କ ଗଳାରେ ଯନ୍ତ୍ରଣା, କଫ ଆଦି ସମସ୍ୟା ସୃଷ୍ଟି ହୁଏ। ଏଭଳି ସ୍ଥିତିରେ ରାତିରେ ଶୋଇବା ପୂର୍ବରୁ କ୍ଷୀର ସହ ଲବଙ୍ଗ ମିଶାଇ ପିଇବା ଲାଭଦାୟୀ ହୋଇଥାଏ। ଏଥିରୁ ଗଳା ଯନ୍ତ୍ରଣା ଏବଂ କଫ ଆଦି ସମସ୍ୟାରୁ ମୁକ୍ତି ମିଳିଥାଏ।

Advertisment

-ଯଦି ଆପଣ ଦୁର୍ବଳ ଅନୁଭବ କରନ୍ତି ତେବେ କ୍ଷୀର ସହ ଲବଙ୍ଗ ମିଶାଇ ପିଇବା ନିହାତି ଆବଶ୍ୟକ। କ୍ଷୀରରେ କ୍ୟାଲସିଅମ୍‌, ସୋଡିଅମ୍‌, ପୋଟାସିଆମ ଭରପୂର ମାତ୍ରାରେ ରହିଛି। ଏହା ଶରୀରକୁ ଭରପୁର ଏନର୍ଜି ପ୍ରଦାନ କରିଥାଏ।

- କୋଷ୍ଟ କାଠିନ୍ୟ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଶୋଇବା ପୂର୍ବରୁ ଲବଙ୍ଗ କ୍ଷୀର ପିଇବା ଉଚିତ। ଏହାଦ୍ୱାରା ଏସିଡିଟି ଏବଂ କୋଷ୍ଟ କାଠିନ୍ୟ ସମସ୍ୟା ଦୂର ହୋଇଥାଏ। କେବଳ ସେତିକି ନୁହେଁ ଦାନ୍ତରେ ଯନ୍ତ୍ରଣା ସମସ୍ୟା ଥିଲେ ମଧ୍ୟ ଆପଣ ଏହି କ୍ଷୀରକୁ ପିଇ ପାରିବେ। ଏହା ଦାନ୍ତ ଯନ୍ତ୍ରଣାରୁ ଆରାମ ଦେଇଥାଏ।

- ପ୍ରାୟତଃ କିଛି ଲୋକଙ୍କ ମୁହଁରୁ ବେଳେ ବେଳେ ଦୁର୍ଗନ୍ଧ ବାହାରିବା ଭଳି ସମସ୍ୟା ରହିଥାଏ। ଏପରି ସ୍ଥିତିରେ ଲବଙ୍ଗ କ୍ଷୀର ଏହି ସମସ୍ୟାରୁ ମୁକ୍ତି ଦେଇଥାଏ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe