ଆବଶ୍ୟକ ସାମଗ୍ରୀ: ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍, ଚିଲି ସସ୍, ଖାଇବା କଲର୍, ଗରମ ମସଲା ଗୁଣ୍ଡ ଓ ତେଲ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ।
ଏବେ କଡ଼େଇରେ ତେଲ ଗରମ କରି ସେଥିରେ କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା ପକାଇ ହାଲକା ଭାଜନ୍ତୁ। ଏଥିରେ ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଅଳ୍ପ ଟମାଟୋ ସସ୍ ଓ ଅଳ୍ପ ଚିଲି ସସ୍ ପକାଇ ଭଲ ଭାବେ କଷି ଦିଅନ୍ତୁ। ଖାଇବା କଲର୍ ପକାନ୍ତୁ। ମସଲା କଷି ହୋଇଗଲେ ଗରମ ମସଲା ଗୁଣ୍ଡ ପକାଇ ଭଜା ପନିରକୁ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ମସଲା ଟିକେ ଶୁଖିଲା ହୋଇଗଲେ ଚୁଲି ବନ୍ଦ କରି ଏହାକୁ ଏକ ପ୍ଲେଟ୍କୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କର ‘ପନିର ଚଟପଟି’l
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Food
ବଡ଼ ଦିନରେ ଘରେ ପ୍ରସ୍ତୁତ କରନ୍ତୁ ଚିକେନର ଏହି ସୁନ୍ଦର ରେସିପି
ଏହାକୁ ଗରମାଗରମ ରୁଟି, ନାନ କିମ୍ବା ଭାତ ସହ ଖାଇପାରିବେ।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...