Advertisment

ଘରେ ତିଆରି କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ୍ ‘ପନିର ଚଟପଟି’

ଆବଶ୍ୟକ ସାମଗ୍ରୀ: ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍‌, ଚିଲି ସସ୍‌, ଖାଇବା କଲର୍‌, ଗରମ ମସଲା ଗୁଣ୍ଡ ଓ ତେଲ ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍‌ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍‌ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ। ଏବେ କଡ଼େଇରେ ତେଲ ଗରମ […]

ଘରେ ତିଆରି କରନ୍ତୁ ରେଷ୍ଟୁରାଣ୍ଟ ଷ୍ଟାଇଲ୍ ‘ପନିର ଚଟପଟି’

paneer-chatpati

Advertisment

ଆବଶ୍ୟକ ସାମଗ୍ରୀ: ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍‌, ଚିଲି ସସ୍‌, ଖାଇବା କଲର୍‌, ଗରମ ମସଲା ଗୁଣ୍ଡ ଓ ତେଲ

Advertisment

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ ପିସ୍‌ କରି କାଟି ଦିଅନ୍ତୁ। ତେଲ ଗରମ କରି ଏଗୁଡ଼ିକୁ ଲାଲ୍‌ ହେବା ଯାଏ ଭାଜି ଏକ ପାତ୍ରରେ କାଢ଼ି ରଖନ୍ତୁ।

ଏବେ କଡ଼େଇରେ ତେଲ ଗରମ କରି ସେଥିରେ କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା ପକାଇ ହାଲକା ଭାଜନ୍ତୁ। ଏଥିରେ ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଅଳ୍ପ ଟମାଟୋ ସସ୍‌ ଓ ଅଳ୍ପ ଚିଲି ସସ୍‌ ପକାଇ ଭଲ ଭାବେ କଷି ଦିଅନ୍ତୁ। ଖାଇବା କଲର୍‌ ପକାନ୍ତୁ। ମସଲା କଷି ହୋଇଗଲେ ଗରମ ମସଲା ଗୁଣ୍ଡ ପକାଇ ଭଜା ପନିରକୁ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ମସଲା ଟିକେ ଶୁଖିଲା ହୋଇଗଲେ ଚୁଲି ବନ୍ଦ କରି ଏହାକୁ ଏକ ପ୍ଲେଟ୍‌କୁ କାଢ଼ି ଦିଅନ୍ତୁ। ବର୍ତ୍ତମାନ ପ୍ରସ୍ତୁତ ହୋଇଗଲା ଆପଣଙ୍କର ‘ପନିର ଚଟପଟି’l

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe