ଆବଶ୍ୟକ ସାମଗ୍ରୀ: ପନିର, କଦଳୀପତ୍ର, ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ, ଲୁଣ, ତେଲ
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ବଜାରରୁ କିଛି ପନିର ଆଣନ୍ତୁ। ତାଙ୍କୁ ଲମ୍ବା ଲମ୍ବା କରି କାଟି ରଖନ୍ତୁ। ପରେ କଦଳୀ ପତ୍ର ଆଣି ତାକୁ ନିଆଁରେ ସେକି ରଖନ୍ତୁ। ତା’ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଯିବା ପରେ କଟା ପନିରକୁ ଛାଣନ୍ତୁ। ଏହା ଛାଣି ହୋଇଯିବା ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ।
ଏହା ପରେ ପନିରରେ ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ସେକା କଦଳୀ ପତ୍ରରେ ମସଲା ଗୋଳା ପନିରକୁ ଗୋଡ଼ାଇ ରଖନ୍ତୁ। ତା’ପରେ ତାୱାରେ ଅଳ୍ପ ତେଲ ପକାଇ ଗରମ କରନ୍ତୁ। ତେଲ ଗରମ ହେବାପରେ କଦଳୀପତ୍ର ଗୋଡ଼ା ପନିରକୁ ସେଥିରେ ପକାନ୍ତୁ। କିଛି ସମୟ ପରେ ତାକୁ ଓଲଟାଇ ଦିଅନ୍ତୁ। ଦୁଇ ପାଖ ହୋଇଯିବା ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଦଳୀପତ୍ର ସୋରିଷ ପନିର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...