ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର୍): ଆପଣ ଚିକେନ୍କୁ ନେଇ ବିଭିନ୍ନ ସ୍ୱାଦିଷ୍ଟ ଡିଶ୍ ଖାଇଥିବେ। ତେବେ ଆଜି ଆମେ ଆପଣଙ୍କୁ 'ପୋସ୍ତ ଚିକେନ୍'ର ପ୍ରସ୍ତୁତି ସମ୍ପର୍କରେ ଆପଣଙ୍କୁ ଟିପ୍ସ୍ ଦେବୁ।
ଆବଶ୍ୟକ ସାମଗ୍ରୀ: ଚିକେନ୍, ଅଦା ଓ ରସୁଣ ବଟା, ପିଆଜ ବଟା, ପୋସ୍ତ ବଟା, କଳା ଜିରା, କଞ୍ଚା ଲଙ୍କା, ତେଲ, ଲୁଣ, କ୍ରିମ୍, ପାଣି ଓ ହଳଦୀ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡ଼େଇରେ ତେଲ ଗରମ କରନ୍ତୁ। ପରେ ଏଥିରେ ଟିକେ କଳା ଜିରା, କଞ୍ଚା ଲଙ୍କା କଟା, ଅଦା ରସୁଣ ବଟା ଓ ପିଆଜ ବଟା ଦେଇ ମସଲାକୁ କଷନ୍ତୁ। ସେଥିରେ ହଳଦୀ ପକାନ୍ତୁ। ଏବେ ଚିକେନ୍କୁ ଭଲ କରି ଧୋଇ କଷା ଯାଇଥିବା ମସଲାରେ ପକାଇ ଅଧିକ କଷନ୍ତୁ। ଏବେ ସେଥିରେ ଲୁଣ, ପୋସ୍ତ ବଟା ଏବଂ ପାଣି ଦେଇ ଘୋଡ଼ାଇ ଦିଅନ୍ତୁ। ମଝିରେ ମଝିରେ ଚିକେନ୍କୁ ଟିକେ ଗୋଳାନ୍ତୁ। ଚିକେନ୍ ହୋଇ ଆସିଲେ ଶେଷରେ କ୍ରିମ୍ ଦେଇ ଏହାକୁ ଓହ୍ଲାଇ ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଆପଣଙ୍କ 'ପୋସ୍ତ ଚିକେନ୍'। ଏହାକୁ ଗରମା ଗରମ ରୁଟି ବା ନାନ୍ ସହ ପରଷନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...