ଆବଶ୍ୟକ ସାମଗ୍ରୀ- ବାଇଗଣ, ହଳଦୀ ଗୁଣ୍ଡ, ଲୁଣ, ଟମାଟୋ ପ୍ୟୁରି, କଟା ପିଆଜ, ଅଦା, ରସୁଣ ,ଗରମ ମସଲା, ଚିକେନ୍ ମସଲା ।
ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ ବାଇଗଣକୁ ଚାରି ଖଣ୍ଡ କରି କାଟନ୍ତୁ। ସେଥିରେ ଲୁଣ ଓ ହଳଦୀ ମିଶାନ୍ତୁ। ଏହା ପରେ କଡ଼େଇରେ ତେଲ ଗରମ କରି ସେଗୁଡ଼ିକୁ ଅଳ୍ପ ଆଞ୍ଚରେ ଛାଣି ଦିଅନ୍ତୁ। ଏବେ କଡ଼େଇରେ କିଛି ତେଲ ଗରମ କରି ସେଥିରେ ଅଦା ରସୁଣକୁ ଛୋଟ ଛୋଟ କରି କାଟି ପକାନ୍ତୁ। ସେଥିରେ ହଳଦୀ ପାଉଡର ଏବଂ ଲଙ୍କା ଗୁଣ୍ଡ ପକାଇ ଭଲ ଭାବ ଭାଜନ୍ତୁ। ଭାଜି ହେବା ପରେ ସେଥିରେ ଟମାଟୋ ପ୍ୟୁରି ପକାନ୍ତୁ। ଏହାପରେ ସେଥିରେ ଛୋଟ ଛୋଟ କଟା ହୋଇଥିବା ପିଆଜ ପକାନ୍ତୁ। ଗରମ ମସଲା ପକାଇ ପାଞ୍ଚ ମିନିଟ୍ ଭାଜନ୍ତୁ। ସେଥିରେ କିଛି ସ୍ୱାଦ ଅନୁସାରେ ଲୁଣ ପକାନ୍ତୁ। ଏବେ ଛଣା ହୋଇଥିବା ବାଇଗଣକୁ ପକାଇ ଗୋଳେଇ ଦିଅନ୍ତୁ। ସେଥିରେ କିଛି ଧନିଆ ପତ୍ର ପକାଇ ଗ୍ୟାସ ବନ୍ଦ କରି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ବାଇଗଣ ମସଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Beauty
ତ୍ୱଚାରେ ଚମକ ଆଣେ ନଡ଼ିଆ ତେଲ ସହ ଏହି ୨ ସାମଗ୍ରୀ
ସେସବୁ ସାମଗ୍ରୀ କଣ ଏବଂ ଏହାକୁ କିପରି ବ୍ୟବହାର କରିବେ, ଜାଣନ୍ତୁ...