Advertisment

ଘରେ ତିଆରି କରନ୍ତୁ କଦଳୀପତ୍ର ସୋରିଷ ପନିର

କଦଳୀପତ୍ର ସୋରିଷ ପନିରକୁ ଭାତ ଓ ରୁଟି ସହ ଖାଇପାରିବେ।

author-image
Tapaswini Nayak
mustard-paneer-

mustard-paneer-

ଆବଶ୍ୟକ ସାମଗ୍ରୀ: ପନିର, କଦଳୀପତ୍ର, ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ, ଲୁଣ, ତେଲ

Advertisment

ପ୍ରସ୍ତୁତି ପ୍ରଣାଳୀ:  ପ୍ରଥମେ ବଜାରରୁ କିଛି ପନିର ଆଣନ୍ତୁ। ତାଙ୍କୁ ଲମ୍ବା ଲମ୍ବା କରି କାଟି ରଖନ୍ତୁ। ପରେ କଦଳୀ ପତ୍ର ଆଣି ତାକୁ ନିଆଁରେ ସେକି ରଖନ୍ତୁ।  ତା’ପରେ କରେଇରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇଯିବା ପରେ କଟା ପନିରକୁ ଛାଣନ୍ତୁ। ଏହା ଛାଣି ହୋଇଯିବା ପରେ ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ।

ଏହା ପରେ ପନିରରେ ସୋରିଷ, ଜିରା, ରସୁଣ, ଶୁଖିଲା ଲଙ୍କା ବଟା, ଲେମ୍ବୁ ରସ ଓ ସ୍ୱାଦ ଅନୁସାରେ ଲୁଣ ପକାଇ ଗୋଳାଇ ଦିଅନ୍ତୁ। ପରେ ସେକା କଦଳୀ ପତ୍ରରେ ମସଲା ଗୋଳା ପନିରକୁ ଗୋଡ଼ାଇ ରଖନ୍ତୁ। ତା’ପରେ ତାୱାରେ ଅଳ୍ପ ତେଲ ପକାଇ  ଗରମ କରନ୍ତୁ। ତେଲ ଗରମ ହେବାପରେ କଦଳୀପତ୍ର ଗୋଡ଼ା ପନିରକୁ ସେଥିରେ ପକାନ୍ତୁ। କିଛି ସମୟ ପରେ  ତାକୁ ଓଲଟାଇ ଦିଅନ୍ତୁ। ଦୁଇ ପାଖ ହୋଇଯିବା ତାକୁ ଏକ ପାତ୍ରକୁ କାଢ଼ି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଦଳୀପତ୍ର ସୋରିଷ ପନିର। ଏହାକୁ ଆପଣ ଭାତ ଓ ରୁଟି ସହ ଖାଇପାରିବେ। 

Advertisment
Odisha Food